(ମହାଭାରତ, ମାଲକାନଗିରି): ମାଲକାନଗିରି ଜିଲ୍ଲା ବଣ୍ଡାଘାଟି ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ପୋଲିସ ଜୟପୁରର ଜଣେ ଯୁବକ ଧନୁର୍ଜୟ ନାୟକଙ୍କୁ ଗିରଫ କରିଛି । ନାବାଳିକା ଜଣକ ଘରେ ଏକୁଟିଆ ଥିବା ସୁଯୋଗରେ ଯୁବକ ଜଣକ ତାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ନାବାଳିକାଙ୍କ ପରିବାର ଲୋକେ ଘରେ ପହଞ୍ଚି ଏ ବିଷୟରେ ଜାଣିବା ପରେ ଥାନାରେ ଅଭିଯୋଗ କରିଥିଲେ । ମୁଦୁଲିପଡା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରି ଅଭିଯୁକ୍ତକୁ ଗିରଫ କରିଛି ।
previous post
next post