(ମହାଭାରତ, ପାଟଣା): କେନ୍ଦୂଝର ଜିଲ୍ଲା ପାଟଣା ଆଞ୍ଚଳିକ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷା ଜ୍ୟୋସ୍ନା ମଞ୍ଜରୀ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏଥିରେ ପାଟଣା ବିଧାୟକ ଜଗନ୍ନାଥ ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଉଚ୍ଚଶିକ୍ଷା ବିଭାଗର ଅବସରପ୍ରାପ୍ତ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ ପ୍ରଫେସର କମଳା ପ୍ରସାଦ ମହାପାତ୍ର, ଡ଼. ହିରଣମୟୀ ମିଶ୍ର, ମହାବିଦ୍ୟାଳୟ ପ୍ରତିଷ୍ଠାତା ସମ୍ପାଦକ ବିଦ୍ୟାଧର ଦାସ ପ୍ରମୁଖ ସମ୍ନାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ମହାବିଦ୍ୟାଳୟର ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ପରେ ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଶଣ କରିଥିଲେ । ଅଧ୍ୟାପକ ଶୈଳେନ୍ଦ୍ର କୁମାର ଡାଲୁଆ, ପୂର୍ଣ୍ଣଚନ୍ଦ୍ର ଦାଶ, ଶରତ କୁମାର ମିଶ୍ର, ରଜତ କୁମାର ଦାଶ, କ୍ରୀଡା ଶିକ୍ଷକ ଧର୍ମେନ୍ଦ୍ର ସାହୁଙ୍କ ସମେତ ଅନ୍ୟ ଅଧ୍ୟାପକ ଓ ଅଧ୍ୟାପିକାମାନେ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ ।
previous post
next post