ଓଡିଶା

ପାରିବାରିକ କଳହରୁ ହିଂସା, ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର

(ମହାଭାରତ, ଭଦ୍ରକ): ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ତିରିପୁର ଗାଁରେ ଏକ ଅଭାବନୀୟ ଘଟଣା ଦେଖାଦେଇଛି । ଘରୋଇ କଳହକୁ ନେଇ ଏଠାରେ ଜଣେ ସ୍ୱାମୀ ନିଜ ସ୍ତ୍ରୀଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଛନ୍ତି । ମହିଳାଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଗୁରୁତର ହୋଇଥିବା ମହିଳା ଜଣକ ସେହି ଗାଁର ଲକ୍ଷ୍ମୀପ୍ରିୟା ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ଏହି ଗାଁର କାଳିଆ ପୃଷ୍ଟି ଗୁରୁବାର ମଦ ପିଇ ଘରକୁ ଫେରିଥିଲା । କୌଣସି କଥାକୁ ନେଇ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ କାଳିଆ ଘରୁ ଏକ ଟାଙ୍ଗିଆ ଆଣି ନିଜ ସ୍ତ୍ରୀଙ୍କୁ ଆକ୍ରମଣ କରିଥିଲା । ଟାଙ୍ଗିଆ ଚୋଟରେ ଲକ୍ଷ୍ମୀପ୍ରିୟାଙ୍କ ଦେହରୁ ପ୍ରବଳ ରକ୍ତସ୍ରାବ ହୋଇଥିଲା । ଗାଁ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ଭଣ୍ଡାରିପୋଖରୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ ତାଙ୍କ ଅବସ୍ଥା ଆହୁରି ବିଗିଡିବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ପୋଲିସ ଏହି ଘଟଣାରେ ମହିଳାଙ୍କ ସ୍ୱାମୀଙ୍କୁ ଗିରଫ କରି ପଚରାଉଚରା କରୁଛି । ଏହାସହ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

Related posts

 ଆଜି ଏକାଦଶୀ ନୀତି : ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

mahabharatanews

ଜର୍ଟି ଷ୍ଟେସନରେ ଏକ ମାଲବାହୀ ଟ୍ରେନ ଲାଇନ ଚ୍ୟୁତ

mahabharatanews

କେନ୍ଦ୍ରୀୟ ଡେପୁଟେସନରୁ ଫେରିବେ ୨ ଆଇପିଏସ

mahabharatanews

Leave a Comment