ଓଡିଶା

ପୋଖରୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

(ମହାଭାରତ, ଭଦ୍ରକ): ଭଦ୍ରକ ଜିଲ୍ଲା ଧାମନଗର ଥାନା ଅନ୍ତର୍ଗତ କାଞ୍ଜିଆପାଳ ଗାଁରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ଜଣକ ପୂର୍ଣ୍ଣଚନ୍ଦ୍ର ପୃଷ୍ଟି ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ବୃଦ୍ଧ ଜଣକ ଗାଁ ନିକଟସ୍ଥ ଜମିରେ ପରିବା ଚାଷ କରିଥିଲେ । ଗତ ଶନିବାର ରାତିରେ ସେ ସେଠାକୁ ଜଗିବାକୁ ଯାଇଥିଲେ । କିନ୍ତୁ ତା’ ପରଦିନ ସକାଳେ ଜମି ନିକଟରେ ଥିବା ପୋଖରୀରେ ତାଙ୍କ ମୃତଦେହ ଭାସୁଥିବା ଗାଁ ଲୋକେ ଦେଖିଥିଲେ । ସେମାନେ ମୃତଦେହକୁ ପୋଖରୀରୁ ଉଦ୍ଧାର କରିଥିଲେ । ପରେ ଏନେଇ ପୋଲିସକୁ ଖବର ଦେଇଥିଲେ । ମୃତଦେହରେ ମାଡ ଓ କ୍ଷତ ଚିହ୍ନ ଥିବାରୁ ତାଙ୍କୁ କେହି ପିଟିପିଟି ହତ୍ୟା କରିଥିବା ତାଙ୍କର ପରିବାର ଲୋକେ ଅଭିଯୋଗ କରିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

Related posts

ପଦଯାତ୍ରା ପ୍ରସ୍ତୁତି ବୈଠକରେ ନିର୍ବାଚିତ ପ୍ରତିନିଧିଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କଙ୍କ ମନ୍ତ୍ର

mahabharatanews

ରିଷିଡା ତାରିଣୀ ପୀଠରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

mahabharatanews

ସମ୍ବଲପୁରରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ

mahabharatanews