ଓଡିଶା

ବଟେଶ୍ୱର ନୋଡାଲ ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ

(ମହାଭାରତ, କୋଣାର୍କ): କୋଣାର୍କ ନିକଟସ୍ଥ ବାଲିଦୋକାନ ଠାରେ ଥିବା ବଟେଶ୍ୱର ନୋଡାଲ ଉଚ୍ଚ ବିଦ୍ୟାଳୟର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ପୁରାତନ ଛାତ୍ରଛାତ୍ରୀ ସଂଘ ପକ୍ଷରୁ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ୩ ଦିନ ଧରି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ପରେ ଗତ ମଙ୍ଗଳବାର ସନ୍ଧ୍ୟାରେ ଉତ୍ସବର ଉଦଯାପନ ହୋଇଛି । ସୁବର୍ଣ୍ଣ ଜୟନ୍ତୀ ଉତ୍ସବର ଉଦ୍ୟାପନୀ ସନ୍ଧ୍ୟାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରଫେସର ଦୁର୍ଯ୍ୟୋଧନ ପରିଡା ଯୋଗ ଦେଇଥିଲେ । ଏହି ଅବସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟବକ୍ତା ଭାବେ ସ୍ୱରାଜ ମିଶ୍ର, ସମ୍ନାନିତ ଅତିଥି ଭାବେ ବୀରକିଶୋର ମହାନ୍ତି, ବରିଷ୍ଠ ସାମ୍ବାଦିକ କୃଷ୍ଣ ନାଏକ ପ୍ରମୁଖ ଯୋଗ ଦେଇ ଉଦବୋଧନ ଦେଇଥିଲେ । ଏହି ଅବସରରେ ବିଦ୍ୟାଳୟର ପୁରାତନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ପରେ ବିଦ୍ୟାଳୟର ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା କୃତି ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ । ଶେଷରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଶଣ କରିଥିଲେ ।

Related posts

ଭେଣ୍ଡିଗଛ ଓପାଡି ଦେବାରୁ ଥାନାର ଦ୍ୱାରସ୍ଥ ହେଲେ ଚାଷୀ

mahabharatanews

ଆଜି ଦ୍ୱିତୀୟ ସୋମବାର, ଶୈବପୀଠରେ କାଉଡିଆଙ୍କ ଭିଡ଼

mahabharatanews

ଶ୍ରୀମନ୍ଦିର ଚାରିଦ୍ବାର ଖୋଲିବା ନେଇ ଜିଲ୍ଲାପାଳଙ୍କୁ ଦାବି ପତ୍ର

mahabharatanews

Leave a Comment