ଓଡିଶା

ବାମନାଳ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ

(ମହାଭାରତ, ନିମାପଡା): ପୁରୀ ଜିଲ୍ଲା ନିମାପଡା ବ୍ଲକ ଅନ୍ତର୍ଗତ ବାମନାଳ ଠାରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଘରୋଇ ହୋମିଓପାଥି ଚିକିତ୍ସକ ସଂଘର ସଭାପତି ନେତ୍ରାନନ୍ଦ ଭୋଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମର ଉଦ୍ଘାଟନ କରିଥିଲେ । ଭାରତୀୟ ବିକାଶ ସଂସ୍ଥାର ସୁରେନ୍ଦ୍ର ମୋହନ ପଟ୍ଟନାୟକ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଶଶୀଭୂଷଣ ମହାପାତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ କୁନି ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷିତ ହୋଇ କିଭଳି ଦେଶର ନାଁ ରଖିବେ ସେ ନେଇ ବକ୍ତବ୍ୟ ରଖିଥିଲେ । ଏହି ଅବସରରେ ସରସ୍ୱତୀ ଶିଶୁ ମନ୍ଦିର ବାର୍ଷିକ କ୍ରୀଡାରେ ଭାଗ ନେଇଥିବା କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ପରେ କୁନି ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଶଣ କରିଥିଲେ ।

Related posts

ହୀରାକୁଦରେ ଡାଇରିଆ; ଜଣେ ମୃତ ସହ ୪୯ ଗୁରୁତର  

mahabharatanews

ବରିଷ୍ଠ ସାମ୍ବାଦିକ ଡ.ପ୍ରଦୀପ ମହାପାତ୍ରଙ୍କ ପରଲୋକ

mahabharatanews

ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରଥମ କରୋନା ରୋଗୀ

mahabharatanews

Leave a Comment