(ମହାଭାରତ, ନୂଆପଡା): ଏକ ମର୍ମନ୍ତୁଦ ସଡକ ଦୂର୍ଘଟଣାରେ ବଲାଙ୍ଗୀର ଜିଲ୍ଲା ବେଲପଡା ବ୍ଲକର ଅତିରିକ୍ତ ବ୍ଲକ ଉନ୍ନୟନ ଅଧିକାରୀ (ଏବିଡିଓ)ଙ୍କର ମୃତ୍ୟୁ ହୋଇଛି । ଏବିଡିଓ ଜଣକ ରାମବିଳାସ ମଙ୍ଗରାଜ ବୋଲିି ଜଣାପଡିଛି । ତାଙ୍କୁ ଗୁରୁତର ଅବସ୍ଥାରେ ନୂଆପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଆଜି ସକାଳେ ତାଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ, ବେଲପଡା ଏବିଡିଓ କୌଣସି କାମରେ ବଙ୍ଗୋମୁଣ୍ଡା ଆସୁଥିଲେ । ନିକଟରେ ଥିବା ଏମିନିଟି ସେଣ୍ଟର ପାଖରେ ତାଙ୍କ କାର ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ ଗଛରେ ପିଟି ହୋଇଯାଇଥିଲା । ସ୍ଥାନୀୟ ଲୋକେ ତାଙ୍କୁ ଗୁରତର ଅବସ୍ଥାରେ ଉଦ୍ଧାର କରି ବଙ୍ଗୋମୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ନୂଆପଡା ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ତାଙ୍କର ମୃତ୍ୟୁ ହୋଇଥିଲା । ଏହି ଦୁର୍ଘଟଣାରେ ତାଙ୍କ କାର ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି । ତାଙ୍କୁ ଖଡିଆଳ ସ୍ଥିତ ମିସନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ, ଏବିଡିଓ ରାମବିଳାସ ପୂର୍ବରୁ ନୂଆପଡା ଓ ବଲାଙ୍ଗୀରର ବିଭିନ୍ନ ବ୍ଲକରେ କାର୍ଯ୍ୟ କରିଥିଲେ ।
previous post
next post