ଓଡିଶା

ଅଜଣା ଗାଡି ଧକ୍କାରେ ଯୁବକ ମୃତ

(ମହାଭାରତ, ବୌଦ୍ଧ): ବୌଦ୍ଧ ଜିଲ୍ଲା ୫୭ ନଂ ଜାତୀୟ ରାଜପଥର ବାମଣ୍ଡା ଛକରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଶନିବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ହୋଇଛି । ଏଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ବୌଦ୍ଧ ସଦର ବ୍ଲକ ବାମଣ୍ଡା ଗାଁର ୨୭ ବର୍ଷିୟ ଯୁବକ ସନନ୍ଦା ପ୍ରଧାନ ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ ତାଙ୍କ ବାଇକ୍ରେ ଲାଣ୍ଡିବନ୍ଧ ଗାଁରୁ ନିଜ ଗାଁକୁ ଫେରୁଥିବା ବେଳେ ବାମଣ୍ଡା ଛକରେ କୌଣସି ଗାଡି ତାଙ୍କୁ ଧକ୍କା ଦେଇ ଚାଲିଯାଇଥିଲା । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହାସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

Related posts

ଜିଲ୍ଲାସ୍ତରୀୟ ବକ୍ସି ଜଗବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ

mahabharatanews

ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

mahabharatanews

ରାଉରକେଲା ସରକାରୀ ହସ୍ପିଟାଲ କର୍ମଚାରୀଙ୍କ ପାଇଁ କୋରୋନା ପ୍ରଶିକ୍ଷଣ ଶିବିର

mahabharatanews