(ମହାଭାରତ, ବାଲେଶ୍ୱର): ବାଲେଶ୍ୱର ଜିଲ୍ଲା ନହରା ଛକ ଠାରେ ଗୋଟିଏ ଅଜଣା ଗାଡି ଧକ୍କାରେ ଏକ ଘରୋଇ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ୧୨ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତମାନଙ୍କୁ ପ୍ରଥମେ ଜଳେଶ୍ୱର ଓ ପରେ ବାଲେଶ୍ୱର ଜିଲ୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ପ୍ରାୟ ୭୦ରୁ ଉଦ୍ଧ୍ୱର୍ ଯାତ୍ରୀଙ୍କୁ ନେଇ ଏକ ଘରୋଇ ବସ ଆସୁଥିଲା । କିନ୍ତୁ ବସଟି ନହରା ଛକ ଅତିକ୍ରମ କରୁଥିବା ବେଳେ ପଛରୁ ଆସୁଥିବା ଏକ ଅଜଣା ଗାଡି ବସ୍ଟିକୁ ଧକ୍କା ଦେଇଥିଲା । ଘନ କୁହୁଡି ପାଇଁ ରାସ୍ତା ଠିକ ଭାବେ ଦେଖାଯାଉ ନଥିବାରୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ତୁରନ୍ତ ଅଗ୍ନିଶମ ବାହିନୀ ଓ ପୋଲିସକୁ ଖବର ଦେଇଥିଲେ । ଏହାପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା ।
previous post
