ଓଡିଶା

ଅଟୋ ଦୁର୍ଘଟଣାଗ୍ରସ୍ତ, ୧ ମୃତ

(ମହାଭାରତ, ଚାନ୍ଦବାଲି): ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଅନ୍ତର୍ଗତ ମତୋ ମାଧପୁର ରାସ୍ତାରେ ଏକ ଅଘଟଣ ଘଟିଛି । ମାଧପୁର ରାସ୍ତାର କଲେଜ ଛକ ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଟୋ ଗଛରେ ପିଟି ହୋଇ ଓଲଟି ପଡିଥିଲା । ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି । ମୃତକ ଜଣକ ସ୍ଥାନୀୟ କଣ୍ଡିଆ ସାହି ଗାଁର ମହେଶ୍ୱର ଦାସ ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ଅଟୋରେ ୧୪ ଜଣ ଯାତ୍ରୀ ସୋମବାର ମାଧପୁର ଯାଉଥିଲେ । ଏହି ସମୟରେ ମାଧପୁର ରାସ୍ତାର କଲେଜ ଛକ ନିକଟରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଗଛରେ ପିଟି ହୋଇ ଓଲଟି ପଡିଥିଲା । ଘଟଣାସ୍ଥଳରେ ହିଁ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିଲା । ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ଚାନ୍ଦବାଲି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ ଅଟୋ ଡ୍ରାଇଭର ଫେରାର ହୋଇଯାଇଛି । ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି ।

Related posts

ମହାପ୍ରଭୁଙ୍କ ନବଦିନ ଯାତ୍ରା ସୁରୁଖୁରୁରେ ଶେଷ: ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

mahabharatanews

କୃମିନାଶକ କାର୍ୟ୍ୟକ୍ରମ ପାଇଁ ବ୍ଲକସ୍ତରୀୟ ପ୍ରଶିକ୍ଷଣ ଶିବିର

mahabharatanews

ବିଶୋଇ ବ୍ଲକରେ ଆଉ ୩ କରୋନା ପଜିଟିଭ

mahabharatanews