ଓଡିଶା

ଆଉ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪ ହୋଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଓଖଝ ଜଣାଇଛି । ତେବେ ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ବିଧିବଦ୍ଧ ସୂଚନା ଆସିନାହିଁ । କିନ୍ତୁ ଏମାନେ ଭୁବନେଶ୍ୱରର । ଏମାନେ ନାଇଜେରିଆରୁ ଫେରିଥିଲେ ।
ରାଜ୍ୟରେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ପରେ ସର୍ଭିଲାନ୍ସ, ଟୀକାକରଣକୁ ଜୋରଦାର କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ସେହିପରି ଦୈନିକ ୭୦ ହଜାରରୁ ଅଧିକ ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ବିଦେଶ ଫେରନ୍ତା ଉପରେ ତୀକ୍ଷ୍ଣ ନଜର ଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆବଶ୍ୟକସ୍ଥଳେ ଜିଲ୍ଲାପାଳମାନେ କଣ୍ଟେଟମେଣ୍ଟ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

 

Related posts

ଶିଶୁ ବିକାଶ ଅଧିକାରିଣୀ ଓ ପୋଲିସ ମିଳିତ ଉଦ୍ୟମରେ ନାବାଳିକା ଝିଅର ବିବାହ ସ୍ଥଗିତ

mahabharatanews

ଆଜି ୧୨ଘଣ୍ଟିଆ ନବରଙ୍ଗପୁର ବନ୍ଦ

mahabharatanews

ନଦୀ, କେନାଲରେ ଅଗ୍ନିଶମ ବାହିନୀ ମୁତୟନ

mahabharatanews