ଓଡିଶା

ଆଗାମୀ ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା   

(ଭୁବନେଶ୍ୱର) : ଆଜି ଟ୍ୱିନ୍ ସିଟିରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଗାମୀ ୫ ଦିନ ରାଜ୍ୟରେ ବର୍ଷା ପାଗ ଲାଗି ରହିବ । ୧୧ ତାରିଖ ପର୍ଯ୍ୟନ୍ତ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ବଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

ସୂଚନା ଅନୁସାରେ, ଟ୍ଵିନ ସିଟିରେ ୪୦ ଡିଗ୍ରୀ ତଳେ ରହିବ ପାରଦ । ଅପରାହ୍ନରେ ଘଡଘଡି ସହିତ ବର୍ଷା ସାଙ୍ଗକୁ ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ସମୁଦ୍ରରୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ସ୍ଥଳଭାଗକୁ ଆସୁଥିବା ଯୋଗୁଁ ବର୍ଷା ହେଉଛି ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପକ୍ଷରେ ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଆଦି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହୁଛି । ଆସନ୍ତାକାଲି ବାଲେଶ୍ୱର, ମୟୂରଭଞ୍ଜରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ୯,୧୦, ୧୧ ତାରିଖ ପାଇଁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related posts

ଛାତ୍ରଙ୍କୁ ମାଡ ମାରିବା ଘଟଣାରେ ଶିଶୁ ସୁରକ୍ଷା ବିଭାଗ ତଦନ୍ତ ପ୍ରକିୟା ଆରମ୍ଭ

mahabharatanews

ପରିବେଶକୁ ପ୍ଲାଷ୍ଟିକ ମୁକ୍ତ ରଖିବା ନେଇ ପୁରୁଣାକଟକ ବନ ବିଭାଗର ସଚେତନତା

mahabharatanews

ରଘୁନନ୍ଦନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି, ରାସ୍ତାକୁ ଓହ୍ଲାଇଲା ସାମ୍ବାଦିକ ସଂଘ

mahabharatanews