ଓଡିଶା

ଆଜି ରାଜଧାନୀରୁ ୧୨୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର/ଶିଳାସ୍ମିତା ରାୟ: ମହାମାରୀ କରୋନା ଭୁବନେଶ୍ୱରରେ ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି । ଆଜି ଭୁବନେଶ୍ୱରରୁ ୧୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୮୫ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।
ଭୁବନେଶ୍ୱରରୁ ଏ ପର୍ୟ୍ୟନ୍ତ ୨୭୩୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୪୩୩ ଜଣ ସୁସ୍ଥ ହୋଇସାରିଛନ୍ତି । ଏବେ ୧୨୮୫ ଜଣ କରୋନା ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି ।
କ୍ୱାରେଣ୍ଟାଇନ ତାଲିକାରେ ସାଳିଆ ସାହିରୁ ୨ ଜଣ ମହିଳାଙ୍କ ସମେତ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲା ବେଳେ ସତ୍ୟନଗରରୁ ୨ ଜଣ ମହିଳାଙ୍କ ସମେତ ୬ ଜଣ ପୁରୁଷ କରୋନା ଆକ୍ରାନ୍ତ ହୋଇଥିବା ଜଣାଯାଇଛି । ସେହିପରି ଗୋଟିଏ କ୍ୱାରେଣ୍ଟାଇନ କେନ୍ଦ୍ରରୁ ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୮ ଜଣଙ୍କ ମଧ୍ୟରୁ ୫ ଜଣ ମହିଳା ହୋଇଥିବା ବେଳେ ୧୩ ଜଣ ହେଉଛନ୍ତି ପୁରୁଷ ।ଏମାନେ ପୂର୍ବରୁ ଚିହ୍ନଟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ । ଏକ ଘରୋଇ ହସ୍ପିଟାଲର ୨ ଜଣ ମହିଳାଙ୍କ ସମେତ ୪ ଜଣ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Related posts

 ୪ ଦ୍ୱାର ଖୋଲିବା ପ୍ରସଙ୍ଗରେ କଂଗ୍ରେସ କରିବ ସଂକୀର୍ତ୍ତନ

mahabharatanews

୨୦୨୪ରେ ଲୋକସଭା ନିର୍ବାଚନ ଲଢ଼ିବେ ଧର୍ମେନ୍ଦ୍ର ପ୍ରଧାନ

mahabharatanews

୧୬ରୁ ପର୍ଯ୍ୟଟକଙ୍କୁ ଶିମିଳିପାଳ ମନା

mahabharatanews