(ପୁରୀ) : ଆଜି କାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । କାଲି ଚୈତ୍ର ଶୁକ୍ଳ ଦ୍ବିତୀୟା ତିଥ୍। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ ।
ସୂଚାନନୁଯାୟୀ , ଏହା ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ବାର ବନ୍ଦ ରହିବା ଦତ୍ତମହାପାତ୍ର ସେବକମାନେ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତତୁ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବୋ ହିଙ୍ଗୁଳ, ହରିତାଳ, କସ୍ତରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବା ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।