ଓଡିଶା

ଉପକୃତ ହେବେ ୩୩,୦୩୮ ଶିକ୍ଷକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକ ମାନଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି । ୨୦୨୨ ଜାନୁଆରୀ ପହିଲାରୁ ଏହି ବର୍ଦ୍ଧିତ ଦରମା କାର୍ୟ୍ୟକାରୀ ହେବ ।
ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ମାନଙ୍କ ବର୍ତ୍ତମାନ ଦରମା ୭୪୦୦ ଟଙ୍କା ଥିବାବେଳେ ଏହା ୧୧,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି କନିଷ୍ଠ ଶିକ୍ଷକ ମାନଙ୍କ ଦରମା ୯,୨୦୦ ଟଙ୍କ ଥିବାବେଳେ ଏହା ୧୩,୮୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୬୮ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହି ନିଷ୍ପତ୍ତି ଦ୍ବାରା ୧୩,୩୨୪ ଜଣ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ଉପକୃତ ହେବାବେଳେ, ୧୯,୭୧୪ କନିଷ୍ଠ ଶିକ୍ଷକ ଉପକୃତ ହେବେ । ସମୁଦାୟ ୩୩,୦୩୮ ଜଣ କନିଷ୍ଠ ଶିକ୍ଷକଙ୍କ ଦରମାରେ ବୃଦ୍ଧି ହେବ ।

Related posts

ରାଜ୍ୟରେ ପୁଣି ହେବ ଆଣ୍ଟିବଡି ଟେଷ୍ଟ

mahabharatanews

୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ; ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ପଦବୀ ପୂରଣ ହେବ

mahabharatanews

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସୁରିନାମର ସର୍ବୋଚ୍ଚ ନାଗରିକ ପୁରସ୍କାର

mahabharatanews