ଓଡିଶା

କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାରେ ଜନ ଅଭିଯୋଗ ଶୁଣାଣୀ ବନ୍ଦ

କେନ୍ଦ୍ରାପଡା: କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିରୋଧ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଉପରେ କଟକଣା ଜାରି କରାଯାଇଛି । ଏହା ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏଥି ସହିତ ଭିତର କନିକାକୁ ଆସୁଥିବା ପର୍ଯ୍ୟଟକମାନଙ୍କ ପାଇଁ ଏହି କଟକଣା ଲାଗୁ କରାଯାଇଥିବା ବେଳେ ତୁଳସୀକ୍ଷେତ୍ରର ଆରଧ୍ୟ ପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ମନ୍ଦିରକୁ ଆସୁଥିବା ଭକ୍ତମାନଙ୍କ ସୁରକ୍ଷା ନିମନ୍ତେ ମଧ୍ୟ ଏହି କଟକଣା ଜାରି କରାଯାଇଛି । କିନ୍ତୁ କୌଣସି ଗହଳି ନ କରି ମଠ ମନ୍ଦିରକୁ ଭକ୍ତମାନେ ଦର୍ଶନ କରି ପାରିବେ ବୋଲି ମନ୍ଦିର ଟ୍ରଷ୍ଟ ପକ୍ଷରୁ ଅନୁରୋଧ କରାଯାଇଛି ।

Related posts

ଲ୍ୟାମ୍ପ ନିଆଁରେ ଛାତ୍ରୀଙ୍କ ମୃତ୍ୟୁ

mahabharatanews

ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ଭେଟି, କାଳିଆ ହିତାଧିକାରୀ ପାଇବେ ୨ହଜାର ଟଙ୍କା

mahabharatanews

ଆସନ୍ତା ୩ରୁ୪ ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

mahabharatanews