ଓଡିଶା

କାକଟମଙ୍ଗଳା ସ୍କୁଲରେ ଜାତୀୟ ବିଜ୍ଞାନ ଦିବସ ପାଳିତ

କେନ୍ଦ୍ରାପଡା: କେନ୍ଦ୍ରାପଡା ପୌରାଚଂଳ ଅନ୍ତର୍ଗତ କାକଟମଙ୍ଗଳା ପ୍ରାଥମିକ ବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସ୍କୁଲର ପ୍ରଧାନଶିକ୍ଷକ ଶରତ କୁମାର ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ପଣ୍ଡିତ ହୃଷିକେଶ ରଥ,ମୁଖ୍ୟବକ୍ତା ଭାବରେ ପ୍ରାକ୍ତନ ଜିଲ୍ଲା ବିଜ୍ଞାନ ପରିଦର୍ଶକ ଶରତ କୁମାର ଜେନା,ସମ୍ମାନୀତ ଅତିଥି ଭାବେ ବରିଷ୍ଠ ଆଇନଜୀବୀ ପ୍ରଦୀପ କୁମାର ଦାଶ,ଫକିରାବାଦ ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ମନୋରଞ୍ଜନ ତ୍ରିପାଠୀ ଓ ଶିକ୍ଷକ ନୃସିଂହ ଚରଣ ତ୍ରିପାଠୀ ପ୍ରମୁଖ ଯୋଗଦେଇ ବିଜ୍ଞାନର ଜୟଯାତ୍ରା,ଗଠନାତ୍ମକ ଦିଗ ଓ ଧ୍ୱଂସାତ୍ମକ ଦିଗରେ ବିଜ୍ଞାନର ବ୍ୟବହାର ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ ଅନେକ ପରାମର୍ଶ ଦେଇଥିଲେ । ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପକ୍ଷରୁ ବିଜ୍ଞାନ ଓ ଗଣିତ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା । ଏହି ପ୍ରଦର୍ଶନୀରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ସ୍କୁଲ ପରିଚାଳନା କମିଟି ଉପାଧ୍ୟକ୍ଷା ରୁକ୍ମିଣୀ ଜେନା,ଶିକ୍ଷୟତ୍ରୀ ସତ୍ୟଭାମା ନାୟକ,ସୈାଭାଗ୍ୟ ଦାସ,ରଞ୍ଜିତା ସେଠୀ,ବନ୍ଦନା ରାଉତ,ଦମୟନ୍ତୀ ସ୍ୱାଇଁ ,ମନୋରମା ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ପ୍ରଧାନଶିକ୍ଷକ ଶ୍ରୀ ରାଉତ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶିକ୍ଷକ ତଥା ବିଶିଷ୍ଟ ଚିତ୍ରଶିଳ୍ପୀ ସୈାମ୍ୟରଞ୍ଜନ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

Related posts

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ

mahabharatanews

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପ୍ରସ୍ତୁତି ଆରମ୍ଭ।

mahabharatanews

୨୪ ଓ ୨୫ରେ ପ୍ରବଳ ବର୍ଷା ସମ୍ଭାବନା 

mahabharatanews