ଓଡିଶା

ଖଲ୍ଲିକୋଟ ରାଣୀ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: ଖଲ୍ଲିକୋଟ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ଛତିଶଗଡ଼ ରାଜ୍ୟପାଳ, କେନ୍ଦ୍ରମନ୍ତ୍ର ଧର୍ମେନ୍ଦ୍ର ପ୍ରଧାନ, ବିଜେଡି ସାଂଗଠନିକ ସମ୍ପାଦକ, ବିରୋଧି ଦଳ ନେତାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି । ଦୀର୍ଘ ସମୟ ଧରି ବିଧାୟିକା ଭାବେ ଓଡ଼ିଶାର ଜନମାନସରେ ସେ ସୁପରିଚିତ ଥିଲେ । ତାଙ୍କ ବିୟୋଗରେ ରାଜ୍ୟ ଜଣେ ସ୍ପଷ୍ଟବାଦୀ ନେତ୍ରୀଙ୍କୁ ହରାଇଛି ବୋଲି ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରି ଉଲ୍ଲେଖ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ । ରାଜ୍ୟ ରାଜନୀତି ଜଗତରେ ଜନପ୍ରତିନିଧି ଭାବେ ତାଙ୍କର ଲୋକସେବା କାର୍ଯ୍ୟ ଗୁଡ଼ିକ ଚିର ସ୍ମରଣୀୟ ହୋଇ ରହିବ ଉଲ୍ଲେଖ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ସେହିପରି ତାଙ୍କ ପରଲୋକରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଗଭୀର ଶୋକ ପ୍ରକାଶ କରିଛନ୍ତି। ସୁଜ୍ଞାନ କୁମାରୀ ଜଣେ ଏଭଳି ବ୍ୟକ୍ତିତ୍ୱ ଯିଏ କ୍ଷମତା ପାଇଁ କେବେ ଲାଳାୟିତ ନଥିଲେ। ବାରମ୍ବାର ମନ୍ତ୍ରୀ ପଦ ପାଇଁ ଅଫର ମିଳିଥିଲେ ବି ସେ ଏହାକୁ ଗ୍ରହଣ କରିନଥିଲେ। ସେ ଜଣେ ରୋଲ ମଡେଲ୍ ଥିଲେ। ସେ ମୋ ପାଇଁ ଜଣେ ଆଦର୍ଶ ଓ ମୋ ପ୍ରତି ତାଙ୍କର ସ୍ନେହ ଥିଲା। । ଖରାପ ସମୟରେ ସେ ମୋତେ ଉତ୍ସାହିତ କରିବା ସହ ଭରସା ଦେଉଥିଲେ ବୋଲି ଏକ୍ସରେ ଲେଖିଛନ୍ତି ବୈଜୟନ୍ତ ।

Related posts

ନୂଆପଡାରେ ନଭେମ୍ବର ୨ ପର୍ଯ୍ୟନ୍ତ ଚାଲିବ ପଦଯାତ୍ରା

mahabharatanews

ମେଗା ଜଳ ପ୍ରକଳ୍ପରେ ଅନିୟମିତତା

mahabharatanews

ବିଜେପି ପକ୍ଷରୁ ରାସନ ସାମଗ୍ରୀ ବଣ୍ଟନ

mahabharatanews