(ହିଞ୍ଜିଳି/ରଜନୀକାନ୍ତ ପାତ୍ର): ଭଞ୍ଜନଗର ଉପ ଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ ମଙ୍ଗଳବାର ସୋରଡ଼ା ବ୍ଲକ ଲାଠିପଡ଼ା ପଞ୍ଚାୟତ ଭାଲିଆପଲ୍ଲୀ ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରିଥିଲେ। ଅନ୍ତେବାସୀଙ୍କୁ ଦିଆଯାଉଥିବା ଖାଦ୍ୟର ମାନକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ ତାଲିକା ଅନୁଯାୟୀ ଉତ୍ତମ ଖାଦ୍ୟ ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସଙ୍ଗରୋଧ କେନ୍ଦ୍ରର ୧୦୦ ମିଟର ପରିସୀମା ମଧ୍ୟରେ ୧୪୪ ଧାରା ଜାରି ହୋଇଥିବାରୁ ସାଧାରଣ ଲୋକେ ଯେପରି ପ୍ରବେଶ ନ କରିବେ ସେଥିପ୍ରତି ଦୃଷ୍ଟି ଦେବାକୁ ଉପଜିଲ୍ଲାପାଳ ମିଞ୍ଜ କହିଥିଲେ। ସୋରଡ଼ା ତହସିଲଦାର ରବୀନ୍ଦ୍ର କୁମାର ମିଶ୍ର, ଅତିରିକ୍ତ ତହସିଲଦାର କୁରେଶ ଚନ୍ଦ୍ର ଜାନି, ଉପଖଣ୍ଡ ପଞ୍ଚାୟତ ଅଧିକାରୀ ପ୍ରହଲ୍ଲାଦ ପ୍ରଧାନ ପ୍ରମୁଖ ଗସ୍ତ ସମୟରେ ଉପସ୍ଥିତ ଥିଲେ।
previous post
next post
