ଓଡିଶା

ଗଛରେ ପିଟି ହେଲା କାର

(ମହାଭାରତ, ଫୁଲବାଣୀ): କନ୍ଧମାଳ ଜିଲ୍ଲା ଖଜୁରୀପଡା ଥାନା ଗୂଦାରୀ ଗାଁ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଗତ ଗୁରୁବାର ରାତିରେ ଏଠାରେ ଏକ କାର ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ଏହି ଦୁର୍ଘଟଣାରେ କାର ଡ୍ରାଇଭରଙ୍କ ସମେତ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଆହତ ଦ୍ୱୟଙ୍କୁ ରାତିରେ ଫୁଲବାଣୀ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, କାରଟି ଫୁଲବାଣୀ ଅଭିମୁଖେ ଅ।।ସୁଥିବା ବେଳେ ଘନ କୁହୁଡି ଯୋଗୁ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସନ୍ଦେହ କରାଯାଉଛି । ଭାରସାମ୍ୟ ହରାଇ ଗାଡିଟି ଏକ ଗଛରେ ପିଟି ହୋଇଯାଇଥିଲା । ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ । ଆହତମାନଙ୍କ ପରିଚୟ ଏଯାଏ ମିଳି ପାରିନାହିଁ ।

Related posts

ଲକଡାଉନ ଖୋଲିବା ପରେ ପରୀକ୍ଷା ହେବ

mahabharatanews

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

mahabharatanews

ଜନ୍ମବେଦୀରେ ଲୀଳା ସାରି ଆଜି ସିଂହଦ୍ୱାରକୁ ବାହୁଡ଼ିବେ ମହାପ୍ରଭୁ

mahabharatanews