ଓଡିଶା

ଗରିବ ଲୋକଙ୍କ କଲ୍ୟାଣ ମୋ ସରକାରର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀ ମାନଙ୍କୁ ଜୀବିକା ପାଇଁ ଏକ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । କୋଭିଡ ସମୟରେ ଗରିବ ଲୋକଙ୍କ ଆର୍ଥିକ ଦୂରାବସ୍ଥାକୁ ଲାଘବ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ସହାୟତା ଦେଇଛନ୍ତି। ବିଜୁ ସ୍ବାସ୍ଥ କଲ୍ୟାଣ କାର୍ଡ ନ ଥିବା କ୍ଷେତ୍ରରେ, ଜାତୀୟ ଖାଦ୍ୟ ସୁରକ୍ଷା କିମ୍ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନେ ମଧ୍ୟ ଏହି ସହାୟତା ପାଇପାରିବେ । ସାରା ରାଜ୍ୟର ୯୬ ଲକ୍ଷ ପରିବାର ଏହି ସହାୟତା ପାଇବେ । ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୯୬୦ କୋଟି ଟଙ୍କା ଖର୍ଚ୍ଚ କରିବେ। ସାତ ଦିନ ମଧ୍ୟରେ ଏହି ସହାୟତା ସମସ୍ତ ହିତାଧିକାରୀ ମାନଙ୍କୁ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗରିବ ଲୋକଙ୍କ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ୟ୍ୟକ୍ରମ। କୋଭିଡର ପ୍ରଥମ ଓ ଦ୍ବିତୀୟ ଲହରୀ ଆମ ପାଇଁ ଆହ୍ବାନ ସୃଷ୍ଟି କରିଥିଲା । ଏହା ସେମାନଙ୍କ ଅର୍ଥିକ ଓ ସାମାଜିକ ଜୀବନ ଉପରେ ଗଭୀର ପ୍ରଭାବ ପକାଇଛି । ଗରିବ ଲୋକମାନେ ଏଥିରେ ବହୁତ କ୍ଷତି ସହିଛନ୍ତି । କୋଭିଡର ପ୍ରଭାବ ଏପର୍ୟ୍ୟନ୍ତ ମଧ୍ୟ ଯାଇନାହିଁ। ତେଣୁ ସେମାନଙ୍କର କଷ୍ଟକୁ ଦୂର କରିବା ପାଇଁ ରାଜ୍ୟ ସରକାର ଏହି ସହାୟତା ଯୋଗାଇ ଦେଉଛନ୍ତି। ଓମିକ୍ରନ ସଂପର୍କରେ ଲୋକଙ୍କୁ ସତର୍କ କରାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଜନସାଧାରଣଙ୍କ ସହଯୋଗରେ କୋଭିଡର ପ୍ରଥମ ଓ ଦ୍ବିତୀୟ ଲହରୀକୁ ଓଡିଶା ସଫଳ ଭାବରେ ମୁକାବିଲା କରିପାରିଛି । ବର୍ତ୍ତମାନ କୋଭିଡର ନୂଆ ଭାରିଏଣ୍ଟ ଓମିକ୍ରନ ତାର କାୟା ବିସ୍ତାର କରୁଛି । ତେଣୁ ଜନସାଧାରଣ ସତର୍କ ରହି କୋଭିଡ ନିୟମ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ ।
ଏହି କାର୍ୟ୍ୟକ୍ରମରେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ କୋଭିଡ ପରିଚାଳନାରେ ଓଡିଶା ଦେଶର ମଡେଲ ହୋଇପାରିଛି। ଈଝକଣ ଯୋଜନାର ଉଦାହରଣ ଦେଇ ସେ କହିଲେ ଯେ ଦେଶର ଅନ୍ୟ କୌଣସି ରାଜ୍ୟରେ ଜନସାଧାରଣଙ୍କୁ ଏତେ ବ୍ୟାପକ ଭାବରେ ସ୍ବାସ୍ଥ୍ୟସେବା ଯୋଜନାରେ ସାମିଲ କରାଯାଇପାରି ନାହିଁ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ୟ୍ୟକ୍ରମ ପରିଚାଳନା କରିଥିଲେ ।

 

 

Related posts

ସିଏମସି ନାମରେ ମିଥ୍ୟା ସଟଡାଉନ: ଗୁଜବକାରୀଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ପାଇଁ ଥାନାରେ ଏତଲା

mahabharatanews

ଅଜଣା ଗାଡି ଧକ୍କାରେ ଚାଷୀ ଗୁରୁତର

mahabharatanews

ହୋଇପାରିଲାନି ବନକଲାଗି ନୀତି ; ଆଜି ବସିବ ବୈଠକ  

mahabharatanews