ଓଡିଶା

ଗୋଷ୍ଠୀ ସଂଘର୍ଷ: ଚାରିଜଣ ଗୁରୁତର

ଜୟନ୍ତ ସେଠୀ/ ଗୋପ: ପୁରୀ ଜିଲ୍ଲା ଚୁଡ଼ଙ୍ଗ ସାହିରେ ଘଟିଛି ଗୋଷ୍ଠୀ ସଂଘର୍ଷ । ଗୋଷ୍ଠୀ ସଂଘର୍ଷରେ ଉଭୟ ପକ୍ଷରୁ ଚାରିଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କ ମଧ୍ୟରୁ ଦୁଇଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଥିବାରୁ ସେମାନଙ୍କୁ କଟକ ରେଫର କରାଯାଇଛି । ପୂର୍ବ ଶତ୍ରୁତାକୁ ନେଇ ଘଟିଛି ଏହି ଅଘଟଣ । ଘଟଣା ସ୍ଥଳରେ ଏକ ମଟର ସାଇକେଲ ପୋଡାଯାଇଛି । ଏନେଇ ପୁରୀ ଟାଉନ ଥାନାରେ ଅଭିଯୋଗ ହୋଇଥିବା ବେଳେ ଘଟଣାକୁ ଗୁରୁତର ସହ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି । ଉଭୟ ଗୋଷ୍ଠୀର କିଛି ଲୋକଙ୍କୁ ପୋଲିସ ପଚରା ଉଚରା କରୁଛି। ତେବେ ଦୋଷୀଙ୍କ ବିରୋଧରେ କଡା କାର୍ୟ୍ୟନୁଷ୍ଠାନ ନିଆଯିବ ବୋଲି ଟାଉନ ଥାନା ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ଗଣ୍ଡଗୋଳକୁ ଦୃଷ୍ଟିରେ ରଖି ସ୍ଥାନୀୟ ଅଞ୍ଚଳରେ ପୋଲିସ ମୁତୟନ କରାଯାଇଛି।

Related posts

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ

mahabharatanews

ଜାଗର ଯାତ୍ରା :୧୦ରେ ଉଠିବ ଲିଙ୍ଗରାଜଙ୍କ ମହାଦୀପ

mahabharatanews

ସରକାରୀ ଚାକିରିଆଙ୍କ ଛୁଟି ବାତିଲ

mahabharatanews