(ଭୁବନେଶ୍ୱର) : ଚତୁର୍ଥ ଦିନରେ ବିଧାନସଭାର ଶୀତକାଳୀନ ଅଧିବେଶନ । ଲଗାତାର ତିନିଦିନ ଗୃହ ଠିକ୍ ଭାବରେ ଚାଲି ପାରି ନଥିବା ବେଳେ ଆଜି ଗୃହରେ ଆଲୋଚନା ହୋଇପାରେ । ଗୃହରେ ଆଜି ଶକ୍ତି, ଶିଳ୍ପ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ, ବୟନ ଶିଳ୍ପ, ହସ୍ତତନ୍ତ, ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରଶ୍ନ କାଳ ରହିଛି ।
ସୂଚନାନୁଯାୟୀ , ଗତକାଲି ପ୍ରଶ୍ନକାଳ ଆରମ୍ଭରୁ ଗୃହର ମଧ୍ୟ ଭାଗକୁ ଆସି ବିଜେପି ଓ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ କରିଥିଲେ । ଆଦିବାସୀ ଜମି ନେଇ କ୍ୟାବିନେଟ୍ ନିଷ୍ପତ୍ତି ସମ୍ପୂର୍ଣ ପ୍ରତ୍ୟାହାର ଏବଂ ଗୃହରେ ଆଲୋଚନା ଦାବି କରି ବିରୋଧୀ ବିଜେପି ଓ କଂଗ୍ରେସ ହଟ୍ଟଗୋଳ କରିଥିଲେ । ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ଏବଂ ଜୋରଦାର ହଙ୍ଗାମା କରିବା ସହ ବାଚସ୍ପତିଙ୍କ ପୋଡିଏମ ନିକଟକୁ ଯାଇ ବିରୋଧୀ ପ୍ଲାକାର୍ଡ ଧରି ପ୍ରତିବାଦ କରିଥିଲେ । ଯାହା ଫଳରେ ପ୍ରଶ୍ନକାଳ ଚାଲିପାରି ନଥିଲା ।
