ଓଡିଶା

ଚିନ୍ତା ବଢ଼ାଉଛି କରୋନା: ରାଜ୍ୟରେ ୫ ଶହ ପାର

ଭୁବନେଶ୍ୱର : ଆଜି ବି ରାଜ୍ୟରେ କରୋନା ସଂକ୍ରମଣ ୫ ଶହ ପାର । ୨୪ ଘଣ୍ଟାରେ ୫୭୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ତେବେ କ୍ୱାରେଣ୍ଟିନରୁ ୩୩୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ୍‌ କେସ୍‌ ୨୩୯ ରହିଛି। ତେବେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୬୯ ଜଣ ଆକ୍ରାନ୍ତ ରହିଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୪ ଓ କଟକରୁ ୧୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୩ ହଜାର ୫୦୪କୁ ବୃଦ୍ଧି ପାଇଛି। ତେବେ ରାଜ୍ୟରେ ଆକ୍ଟିଭ୍‌ କେସ୍ ୩,୦୨୭ ରହିଛି। ଅନ୍ୟପକ୍ଷରେ ୧୨ ଲକ୍ଷ ୮୧ ହଜାର ୨୯୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ରାଜ୍ୟରେ ଚିହ୍ନଟ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୬ ପ୍ରତିଶତ ବା ୨୩୭ ଜଣ କେବଳ ଖୋର୍ଦ୍ଧା ଜିଲ୍ଲାର। ଫଳରେ ସକ୍ରିୟ ରୋଗୀ ସଂଖ୍ୟାରେ ଖୋର୍ଦ୍ଧା ଜିଲ୍ଲା ରେଡ୍‌ ଜୋନ୍‌କୁ ଆସିଯାଇଛି। କୋଭିଡ୍ ସଂକ୍ରମଣରେ ଖୋର୍ଦ୍ଧା ଜିଲ୍ଲା ରେଡ୍ ଜୋନ୍‌କୁ ଫେରିବା ପରେ ଏବେ ଚିନ୍ତାରେ ଭୁବନେଶ୍ୱର ମହାନଗର ନିଗମ କର୍ତ୍ତୃପକ୍ଷ।

Related posts

ମା’ କନ୍ଧୁଣି ଦେବୀ ମହୋତ୍ସବର ଦ୍ୱିତୀୟ ଦିନ

mahabharatanews

ସମ୍ବଲପୁର ସାଂପ୍ରଦାୟୀକ ଦଙ୍ଗା ସଂପର୍କରେ କେନ୍ଦ୍ର ସରକାରଙ୍କ ତୁରନ୍ତ ହସ୍ତକ୍ଷେପ ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହାଙ୍କୁ ଚିଠି ଲେଖି ଅନୁରୋଧ କଲେ ରାଜ୍ୟ ସଭାପତି

mahabharatanews

ଡମ୍ପର ଧକ୍କାରେ ଶ୍ରମିକ ମୃତ

mahabharatanews