(ମହାଭାରତ, ସତ୍ୟବାଦୀ): ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକର ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଦକ୍ଷତା ବିକାଶ କାଯ୍ରକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଶ୍ରୀ ନୃସିଂହ ଦେବ ଆଞ୍ଚଳିକ ଯୁବ ପରିଷଦ ପକ୍ଷରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପେଣ୍ଠପଡା ସରପଞ୍ଚ ବାସନ୍ତୀ ବେହେରା, ଟେକ୍ ମହିନ୍ଦ୍ରା ଫାଉଣ୍ଡେସନର ଆସୋସିଏଟ ମ୍ୟାନେଜର ରଶ୍ମି ରଞ୍ଜନ ମହାନ୍ତି ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇଥିଲେ । ସତ୍ୟବାଦୀ ବ୍ଲକ ଅଧିନରେ ଥିବା ବିଭିନ୍ନ ବିଦ୍ୟାଳୟର ପ୍ରାୟ ୧୩୦ ଜଣ ଛାତ୍ରଛାତ୍ରୀ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଅନୁଷ୍ଠାନର ଉପସଭାପତି ରବୀନ୍ଦ୍ର କୁମାର ତ୍ରିପାଠୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଏହି ଅବସରରେ ଅତିଥିମାନେ ବିଭିନ୍ନ ବର୍ଗରେ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମର ସଂଯୋଜିକା ମୋନାଲିସା ମହାପାତ୍ର କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ ।
previous post
next post
