ଓଡିଶା

ଛାତ୍ରୀଙ୍କ ସ୍ୱପ୍ନକୁ ଉଡାଣ ଦେବାକୁ ଫାଇବ-ଟି ସଚିବଙ୍କ ପ୍ରଶଂସନୀୟ ଉଦ୍ୟମ

ସୁନ୍ଦରଗଡ଼: ଛାତ୍ରୀଙ୍କ ସ୍ୱପ୍ନକୁ ଉଡାଣ ଦେବାକୁ ଫାଇବ-ଟି ସଚିବଙ୍କ ପ୍ରଶଂସନୀୟ ଉଦ୍ୟମ। ପାଇଲଟ୍ ହେବାର ସ୍ୱପ୍ନ ଦେଖୁଥିବା ସୁନ୍ଦରଗଡ଼ର ଛାତ୍ରୀ ଭୂମିକାଙ୍କୁ ପ୍ରେରଣା ଦେବାକୁ ବିଜୁ ପଟ୍ଟନାୟକଙ୍କ ଜୀବନୀ ପୁସ୍ତକ ପଠାଇଲେ ‘୫ଟି’ ସଚିବ। ସୁନ୍ଦରଗଡ଼ ଜିଲ୍ଲାରେ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ସମ୍ପର୍କରେ ନିକଟରେ ହୋଇଥିବା ଭର୍ଚୁଆଲ ଆଲୋଚନା ବେଳେ ୫ଟି ସଚିବ ଭି କାର୍ତ୍ତିକେୟନ୍ ପାଣ୍ଡିଆନ୍ ଜିଲ୍ଲାର ଛାତ୍ରଛାତ୍ରୀମାନଙ୍କ ସହ ସିଧାସଳଖ କଥା ହୋଇଥିଲେ। ୧୩ଟି ବ୍ଲକର ବିଭିନ୍ନ ହାଇସ୍କୁଲରୁ ଆସିଥିବା ପିଲାମାନେ ନିଜ ନିଜର କ୍ୟାରିୟର ସ୍ୱପ୍ନ ବିଷୟରେ ତାଙ୍କୁ କହିଥିଲେ।

ଏହି ଅବସରରେ ପାଇଲଟ୍ ହେବାକୁ ସ୍ୱପ୍ନ ଦେଖୁଥିବା ଛାତ୍ରୀ ଭୂମିକା ପ୍ରଧାନଙ୍କୁ ୫ଟି ସଚିବ ଏକ ପ୍ରେରଣାଦାୟୀ ବହି ପଠାଇବେ ବୋଲି କହିଥିଲେ। ତେବେ ବର୍ତ୍ତମାନ 5T ସଚିବ ଭୂମିକାଙ୍କ ପାଇଁ ସାହସୀ ପାଇଲଟ୍ ଏବଂ ବିଶିଷ୍ଟ ରାଜନୀତିଜ୍ଞ ସ୍ୱର୍ଗତଃ ବିଜୁ ପଟ୍ଟନାୟକଙ୍କ ଜୀବନୀ ଉପରେ ଆଧାରିତ ଏକ ଲୋକପ୍ରିୟ କମିକ୍ ପୁସ୍ତକ ‘ଦ ଆଡଭେଞ୍ଚରସ୍ ଅଫ୍ ଦ ଡେୟାରଡେଭିଲ ଡେମୋକ୍ରାଟ୍’ ପଠାଇଛନ୍ତି ।

ଯାହାକୁ ପାଇଁ ଭୂମିକା ବହୁତ ଖୁସି ଅଛନ୍ତି | ସେ କହିଛନ୍ତି “ସେଦିନ ଭର୍ଚୁଆଲ ମିଟିଙ୍ଗ୍ ବେଳେ ୫ଟି ସଚିବ ପାଣ୍ଡିଆନ୍ ସାର୍ ଆମ ପିଲାମାନଙ୍କୁ ସେମାନଙ୍କ କ୍ୟାରିୟର ସ୍ୱପ୍ନ ବିଷୟରେ ପଚାରୁଥିଲେ। ଭବିଷ୍ୟତରେ ପାଇଲଟ୍ ହେବା ପାଇଁ ଲକ୍ଷ୍ୟ ରଖିଛି ବୋଲି ମୁଁ ତାଙ୍କୁ କହିଥିଲି। ଏହା ଶୁଣି ସେ ମୋ’ ପାଇଁ ବିଜୁ ପଟ୍ଟନାୟକଙ୍କ ଜୀବନୀ ପୁସ୍ତକ ପଠାଇବେ ବୋଲି କହିଥିଲେ। ଆଜି ତାହା ପାଇ ମୁଁ ବହୁତ ଖୁସି”, କହିଛନ୍ତି ସୁନ୍ଦରଗଡ଼ ଜିଲ୍ଲା ହେମଗିର ବ୍ଲକ ଡୁଡୁକା ହାଇସ୍କୁଲର ଦଶମ ଶ୍ରେଣୀର ଛାତ୍ରୀ ଭୂମିକା ପ୍ରଧାନ।

ଭୂମିକା ତାଙ୍କ ବାପାଙ୍କ ସହ ଆସି ଜିଲ୍ଲାପାଳଙ୍କଠାରୁ ବହିଟି ଗ୍ରହଣ କରିଥିଲେ। ଏହି ପ୍ରେରଣାଦାୟୀ ପଦକ୍ଷେପ ପାଇଁ ଭୂମିକା ଓ ତାଙ୍କ ବାପା ମୁଖ୍ୟମନ୍ତ୍ରୀ ଓ ୫ଟି ସଚିବଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପୁସ୍ତକ ପ୍ରଦାନ ସମୟରେ ସୁନ୍ଦରଗଡ଼ଠାରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭୈରବ ସିଂହ ପଟେଲ, ଜିଲ୍ଲା ଶିକ୍ଷା ଅଧିକାରୀ ଅମୂଲ୍ୟ କୁମାର ପଧାନ ଓ ଡୁଡୁକା ହାଇସ୍କୁଲର ପ୍ରଧାନ ଶିକ୍ଷକ ଦିନେଶ ଚନ୍ଦ୍ର ପଟେଲ ଉପସ୍ଥିତ ଥିଲେ।

Related posts

ବଜ୍ରପାତରେ ଜୀଅନ୍ତା ଜଳିଗଲେ ଯୁବକ  

mahabharatanews

ଜିଲ୍ଲାପାଳଙ୍କ କୁଲିଆତୁଲ ମଦ୍ରାସା ପରିଦର୍ଶନ

mahabharatanews

କଟକଣା ଉଲ୍ଲଂଘନ ୨ ମୋଟରସାଇକେଲ ଜବତ ସହ ୩ ଗିରଫ

mahabharatanews