ଓଡିଶା

 ଜନତା ମଇଦାନରେ ଅନୁଷ୍ଠିତ ହେବ ଓଡ଼ିଆ ଭାଷା ସମ୍ମିଳନୀ

(ଭୁବନେଶ୍ୱର) : ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ କରାଯାଉଛି । ଆସନ୍ତା ଫେବୃଆରୀ ୩ ରୁ ୫ତାରିଖ ମଧ୍ୟରେ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଅନୁଷ୍ଠିତ ହେବ ଏହି ସମ୍ମିଳନୀ ।

ସୂଚନାନୁଯାୟୀ ,ପ୍ରତ୍ୟେକ ବ୍ୟକ୍ତି ଏଠାକୁ ଆସି ଓଡ଼ିଆ ଭାବେ ନିଜକୁ ଗର୍ବ ଅନୁଭବ କରିବା ସହ ଅଭୁଲା ସ୍ମୃତି ନେଇ ଯିବେ । ଏହି ସମୟରେ ରାଜ୍ୟର ସମସ୍ତ ପୌରାଞ୍ଚଳ ମାନଙ୍କରେ ଓଡ଼ିଆ ଭାଷା ସମ୍ମିଳନୀ ପାଳନ କରିବା ନିମନ୍ତେ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ନିଷ୍ପତ୍ତି ନିଆଯାଇଛି l ଏ ନେଇ ପୌର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ସମସ୍ତ ମହାନଗର ନିଗମର କମିଶନର ଏବଂ ପୌର ପରିଷଦ ଓ ଏନ୍ ଏ ସିର ନିର୍ବାହୀ ଅଧିକାରୀ ମାନଙ୍କୁ ପତ୍ର ଲେଖିବା ସହ ଆବାସି ମାଧ୍ୟମରେ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି । ଭୁବନେଶ୍ୱରଠାରେ ଅନୁଷ୍ଠିତ ହେଉଥିବା ଏହି ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀକୁ ବ୍ୟାପକ କରିବା ନିମନ୍ତେ ସବୁ ସହରାଞ୍ଚଳ , ସ୍ୱାୟତ୍ତ ଶାସନ ସଂସ୍ଥାମାନଙ୍କରେ ଏହା ପାଳନ କରିବାର ଆବଶ୍ୟକତା ରହିଛି ।

Related posts

ପାଟଣାବ୍ଳକରେ ଆରମ୍ଭ ହେଲା ମୋ ସରକାର

mahabharatanews

ଧାନଗଛ ରୋଇଲେ ସିମୁଳିଆ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ

mahabharatanews

ଦୁଇଟି ନୂଅ। ଅତ୍ୟାଧୁନିକ ପି.ସି.ଅ।ର. ଭ୍ୟାନ ପ୍ରଚଳିତ

mahabharatanews