ଓଡିଶା

ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ନେଲେ ଶପଥ

କଟକ: ଓଡିଶା ହାଇକୋର୍ଟର ବିଚାରପତି ସଂଖ୍ୟା ବଢିଲା । ଶୁକ୍ରବାର ନୂଆ ବିଚାରପତି ଭାବେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ନେଲେ ଶପଥ । ମୁଖ୍ୟ ବିଚାରପତି ଡ଼କ୍ଟର ଜଷ୍ଟିସ ଏସ ମୁରଲୀଧର ଜଷ୍ଟିସ ମହାପାତ୍ରଙ୍କୁ ଶପଥ ପାଠ କରାଇଛନ୍ତି । ଏହି ଶପଥ ପାଠ ଉତ୍ସବରେ ହାଇକୋର୍ଟର ସମସ୍ତ ବିଚାରପତି, ଆଡଭୋକେଟ ଜେନେରାଲ, ହାଇକୋର୍ଟ ବାର ଆସୋସିଏସନ କର୍ମକର୍ତ୍ତା ତଥା ପୁଲିସର ବହୁ ବରିଷ୍ଠ ବ୍ୟକ୍ତି ଉପସ୍ଥିତ ଥିଲେ। ପରେ ଓଡିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୮ରେ ପହଞ୍ଚିଛି।
ଜଷ୍ଟିସ ଆଦିତ୍ୟ କୁମାର ୧୯୮୪ ମସିହାରେ ରେଭେନ୍ସା କଲଜିଏଟ ସ୍କୁଲରୁ ମାଟ୍ରିକ ପାସ କରିବା ପରେ ରେଭେନ୍ସା ମହାବିଦ୍ୟାଳୟରୁ ଉଚ୍ଚଶିକ୍ଷା ଶେଷ କରିଥିଲେ। ସେ ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ଶେଷ କରି ୧୯୯୫ ମସିହାରେ ରାଜ୍ୟ ଆଇନଜୀବୀ ପରିଷଦରେ ଆଇନଜୀବୀ ଭାବେ ପଞ୍ଜିକୃତ ହୋଇଥିଲେ । ଓଡିଶା ମାନବିକ ଅଧିକାର ଆୟୋଗ, ବିପିୟୁଟି ଓ ଭାରତୀୟ ନିର୍ବାଚନ କମିଶନଙ୍କର ଓକିଲ ଭାବେ ସେ ଓଡିଶା ହାଇକୋର୍ଟରେ ଗୁରୁ ଦାୟିତ୍ବ ନିର୍ବାହ କରିଛନ୍ତି ।

 

Related posts

୧୯୯୮ ମସିହା ଛାତ୍ର ଛାତ୍ରୀ ମାନଙ୍କର ବନ୍ଧୁ ମିଳନ ପର୍ବ

mahabharatanews

ଓଡିଶାରେ ନୂତନ ଆକ୍ରାନ୍ତଙ୍କ ସଂଖ୍ୟ। ୨ହଜାର ନିକଟତର

mahabharatanews

ହାତ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ

mahabharatanews