ଓଡିଶା

ଜୁଲାଇ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଫଳ

ଭୁବନେଶ୍ବର/ଶିଳାସ୍ମିତା ରାୟ: ମାଟ୍ରିକ୍‌ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ପ୍ରତିକ୍ଷାର ଅନ୍ତ ହେବାକୁ ଯାଉଛି । ଚଳିତ ମାସ ଶେଷ ସୁଦ୍ଧା ମାଟ୍ରିକ୍‌ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଚି । ଜୁଲାଇ ମାସ ଶେଷ ସୁଦ୍ଧା ମାଟ୍ରିକ୍‌ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରମାଶିଷ ହାଜରା କହିଛନ୍ତି। ଇତିମଧ୍ୟରେ ଖାତାଦେଖା ଶେଷ ହେବା ସହିତ ଟାବୁଲେସନ୍ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ହାଜରା ସୂଚନା ଦେଇଛନ୍ତି ।
ଚଳିତ ବର୍ଷ ୫.୬ ଲକ୍ଷ ଛାତ୍ରଛାତ୍ରୀ ମାଟ୍ରିକ୍‌ ପରୀକ୍ଷା ଦେଇଥିଲେ। ଓଡ଼ିଶାରେ ୨ ହଜାର ୮୮୮ କେନ୍ଦ୍ରରେ ମାଟ୍ରିକ୍‌ ପରୀକ୍ଷା ହୋଇଥିଲା । ୧୦୦୦ଟି ସମ୍ବେଦନଶୀଳ କେନ୍ଦ୍ରରେ ସିସିଟିଭି ଲଗାଯାଇଥିଲା । ତେବେ ପରୀକ୍ଷା ପରେ ୬୦ଟି କେନ୍ଦ୍ରରେ ଖାତା ଦେଖା ଚାଲିଥିଲା। ଖାତାଦେଖା ପାଇଁ ୧୫ ହଜାର ଶିକ୍ଷକ ନିଯୁକ୍ତ ହୋଇଥିଲେ ।
ଆସନ୍ତା ଜୁଲାଇ ୩୧ ତାରିଖରେ ମାଟ୍ରିକ୍‌ ପରୀକ୍ଷା ଫଳ ସୁଦ୍ଧା ପାଇବ ବୋଲି ପୂର୍ବରୁ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଥିଲେ।

Related posts

୫୨ ପୁଲିସ ଯୋଦ୍ଧାଙ୍କ ପ୍ଲାଜମା ଦାନ

mahabharatanews

କରୋନା ପାଇଁ ଆଇଟିସି ପକ୍ଷରୁ ୧୫୦ କୋଟି ଟଙ୍କାର ସହାୟତା

mahabharatanews

ଜିଲ୍ଲା କୋଭିଡ ଫଣ୍ଡକୁ ୪୬ ଲକ୍ଷ ଟଙ୍କା ପ୍ରଦାନ କଲେ ଚିତ୍ରକୋଣ୍ଡା ବିଧାୟକ

mahabharatanews