ଓଡିଶା

ଝିମିଟି ଖେଳରୁ ମହାଭାରତ

(କଳାହାଣ୍ଡି) ; କୁହାଯାଏ କ୍ରୋଧ ମଣିଷର ପରମ ଶତ୍ରୁ । ଆଉ ଏହି କ୍ରୋଧ ମଣିଷକୁ ହତ୍ୟାକାରୀ ସଜେଇଦିଏ । ସାମାନ୍ୟ କଳହରୁ ୧୦ ବର୍ଷର ନାବାଳକର ଗଲା ଜୀବନ । ଏମିତି ଏକ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅଧୀନ ଥୁଆମୂଳ ଭଟାଗୁଡା ଗ୍ରାମରେ । ସୂଚନା ଅନୁଯାୟୀ ଟାଗୁଡା ଗ୍ରାମର ଘାସିରାମ ମାଝୀ ଓ ଜୟସିଂ ଜାନୀ (୪୨) ପଡ଼ୋଶୀ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ପୂର୍ବରୁ ତିକ୍ତତା ଲାଗି ରହିଥିଲା। ବୁଧବାର ଅପରାହ୍ନ ସମୟରେ ଉଭୟ ପରିବାର ମଧ୍ୟରେ କଳହ ହୋଇଥିଲା। ଏହା ଉଗ୍ର ରୂପ ଧାରଣ କରିବାରୁ ନିଶାସକ୍ତ ଅବସ୍ଥାରେ ଥିବା ଜୟସିଂ ହାତରେ ଟାଙ୍ଗିଆ ଧରି ଘାସିରାମଙ୍କ ପୁଅ ଅନିଲକୁ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। ସାନ ଭାଇକୁ ବଞ୍ଚାଇବାକୁ ତାଙ୍କ ବଡ ଭାଇ ଚେଷ୍ଟା କରିବାରୁ ସେ ଧନୁତୀରର ଶୀକାର ହୋଇଥିଲେ । ଦେବାନନ୍ଦଙ୍କ ଗୋଡ଼ରେ ଆଘାତ ଲାଗିଥିବା ବେଳେ ତାଙ୍କୁ ଥୁଆମୁଳ ରାମପୁର ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଖାଲି ସେତିକି ନୁହେଁ ଜୟସିଂକୁ କାବୁ କରିବା ସମୟରେ ବୃଦ୍ଧ ତାମା ଜାନୀଙ୍କୁ ମଧ୍ୟ ସେ ଆକ୍ରମଣ କରିବାକୁ ପଛାଇ ନାହାନ୍ତି। ଏଥି ଯୋଗୁଁ ସେ ମଧ୍ୟ ସାମାନ୍ୟ ଆହତ ହୋଇଥିବା ଅଭିଯୋଗ ଆସିଛି।ଅଭିଯୋଗ ପରେ ଥୁଆମୂଳ ରାମପୁର ଥାନା ଅଧିକାରୀ ଗୋବିନ୍ଦ ମାଝୀ ଓ ତାଙ୍କ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିଛନ୍ତି । ଆଜି ଭବାନୀପାଟଣାରୁ ସାଇଣ୍ଟିଫିକ୍ ଟିମ୍ ଭଟାଗୁଡା ଗ୍ରାମରେ ପହଞ୍ଚି ଘଟଣାସ୍ଥଳରେ ତଦନ୍ତ କରୁଛି।

Related posts

ଉପକୂଳ ଜିଲ୍ଲାରେ ୩ ଦିନ ଯାଏ କାଳବୈଶାଖୀ ସମ୍ଭାବନା

mahabharatanews

ସମ୍ମାନ: ଗଲୱାନ ଘାଟି ସହିଦଙ୍କ ନାମ ଜାତୀୟ ଯୁଦ୍ଧ ସ୍ମାରକରେ ଉଲ୍ଲେଖ ହେବ

mahabharatanews

ଏଣିକି ଭୁବନେଶ୍ୱରରୁ ସିଙ୍ଗାପୁର ସିଧା ଉଡିବ ବିମାନ

mahabharatanews