ଓଡିଶା

ଟ୍ରକ୍କୁ ପିଟିଲା କାର, ୩ ଗୁରୁତର

(ମହାଭାରତ, କେନ୍ଦୁଝର): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ଚାଯପଶି ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଗୋଟିଏ ଟ୍ରକ୍ ପଛରେ ଏକ କାର ପିଟି ହେବାରୁ ତିନି ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କ ପରିଚୟ ମିଳିପାରି ନାହିଁ । ତେବେ ସେମାନେ ଗୋଟିଏ ପରିବାରର ବୋଲି ଅନୁମାନ କରାଯାଉଛି । ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା । ସୂଚନା ଅନୁସାରେ, କାରଟି କେନ୍ଦୁଝରକୁ ଆସୁଥିବା ବେଳେ ଚାଯପଶି ନିକଟରେ ଠିଆ ହୋଇଥିବା ଏକ ଟ୍ରକ ପଛରେ ଜୋରରେ ଧକ୍କା ଦେଇଥିଲା । ଫଳରେ କାରରେ ଥିବା ୩ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି କେନ୍ଦୁଝର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

Related posts

ସମ୍ଭାବ୍ୟ ବାତ୍ୟା ପାଇଁ ସତର୍କ ସୂଚନା ଜାରି

mahabharatanews

ଛାତ୍ର ବିଜେଡ଼ି ପକ୍ଷରୁ ଏକ ସପ୍ତାହବ୍ୟାପୀ “ଜୀବନବିନ୍ଦୁ” କାର୍ଯ୍ୟକ୍ରମ ଶୁଭାରମ୍ଭ

mahabharatanews

୨୪ ଘଣ୍ଟାରେ ୩୨୩୫ କରୋନା ପଜିଟିଭ ଚିହ୍ନଟ

mahabharatanews