ଓଡିଶା

ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା, ଘରୁ ନବାହାରିବାକୁ ପରାମର୍ଶ  

(ଭୁବନେଶ୍ୱର) : ଟ୍ୱିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ଟ୍ୱିନ ସିଟିକୁ ସତର୍କତା ଜାରି କରାଯାଇଛି । ଦୁଇ ଘଣ୍ଟା ପାଇଁ ଭୁବନେଶ୍ୱର ଓ କଟକ ସହରକୁ ସତର୍କ ସୂଚନା ଦିଆଯାଇଛି । ସେହିପରି ଲୋକଙ୍କୁ ଘରୁ ନବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ସୂଚନାନୁଯାୟୀ,   ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ହେବାକୁ ଥିବା ଘୁର୍ଣ୍ଣବଳୟ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଲଘୁଚାପର ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସମ୍ଭାବ୍ୟ ବର୍ଷାକୁ ଦେଖି ରାଜ୍ୟର ୨୨ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related posts

ବିଦ୍ୟୁତ ବିଭାଗର ଅବହେଳା ପାଇଁ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ

mahabharatanews

ଚତୁର୍ଥ ପର୍ଯ୍ୟାୟରେ ମୋଟ ୭୩ ପ୍ରତିଶତ ମତଦାନ

mahabharatanews

ପୋଲିସ ଏସଆଇ ପରୀକ୍ଷା ମହାଦୁର୍ନୀତି ଘଟଣାରେ ସିଲିକନ ପ୍ରାଇଭେଟ ଲିମିଟେଡ଼ର ମାଲିକ ସୁରେଶ ନାୟକ ଗିରଫ

mahabharatanews