ଓଡିଶା

ଡ୍ରେନେଜ ସମୀକ୍ଷା କଲେ ଖୋର୍ଦ୍ଧା ଜିଲ୍ଲାପାଳ

ଚିଲ୍ଲିକା /ଚାଣକ୍ୟ ମିଶ୍ର: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ବାଣପୁର ଗସ୍ତରେ ଆସିଥିଲେ। ବାଣପୁରରେ ପହଞ୍ଚି ଜିଲ୍ଲାପାଳ ପ୍ରଥମେ ଭଗବତୀ ମନ୍ଦିର ଯାଇ ମା’ ଙ୍କ ଦର୍ଶନ କରିଥିଲେ। ସେଠାରେ ତାଙ୍କୁ ତହସିଲଦାର, ବିଡ଼ିଓ, ଏନଏସି କାର୍ୟ୍ୟନିର୍ବାହୀ ଅଧିକାରୀ ଏବଂ ଦେବୋତ୍ତର କାର୍ୟ୍ୟନିର୍ବାହୀ ଅଧିକାରୀ ପୁଷ୍ପଗୁଛ ଓ ଉତ୍ତରୀୟ ଦେଇ ସ୍ୱାଗତ କରିଥିଲେ। ବେଢାରେ କିଛି ସମୟ ଅତିବାହିତ କରିବା ସହ ମନ୍ଦିରର ଐତିହ୍ୟ ବିଷୟରେ ସ୍ଥାନୀୟ ଅଧିକାରୀଙ୍କ ଠାରୁ ପଚାରି ବୁଝିଥିଲେ ଜିଲ୍ଲପାଳ। ଏହାପରେ ଜିଲ୍ଲାପାଳ ସିଧାସଳଖ ବ୍ଲକ କାର୍ୟ୍ୟାଳୟକୁ ଯାଇ ସେଠାରେ ବିଭିନ୍ନ ଉନ୍ନୟନମୂଳକ କାର୍ୟ୍ୟର ସମୀକ୍ଷା କରିଥିଲେ। ଆଗକୁ ଦଶହରା ପର୍ବ ଥିବାବେଳେ କିପରି ତାହା ଶାନ୍ତି ଶୃଙ୍ଖଳା ସହ ସମାପ୍ତ ହେବ ତାହା ଉପରେ ଗୁରୁତ୍ୱ ଦେଇଥିଲେ ଜିଲ୍ଲାପାଳ। ଏଥି ସହିତ ପାର୍ବଣ ଋତୁ ବର୍ତ୍ତମାନ ଆରମ୍ଭ ହୋଇଯାଇଥିବା ବେଳେ ସ୍ଥାନୀୟ ପ୍ରଶାସନକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଥିଲେ ଜିଲ୍ଲାପାଳ। ଏତତ ବ୍ୟତୀତ ବାଣପୁର ଏନଏସିରେ ଡ୍ରେନେଜ ନିର୍ମାଣ ବିଷୟରେ ଆମ ପ୍ରତିନିଧି ପ୍ରଶ୍ନ ପଚାରିବାରୁ, ସେଥି ନିମନ୍ତେ ଜିଲ୍ଲାପାଳ ପୂର୍ତ୍ତବିଭାଗ ନିର୍ବାହୀ ଯନ୍ତ୍ରୀଙ୍କୁ ଏ ଦିଗରେ ଯଥାଶୀଘ୍ର ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଥିବା କହିଛନ୍ତି ।

 

Related posts

ରାଜ୍ୟରେ ପୁଣି ୯ ଜଣଙ୍କ ଜୀବନ ନେଲା କରୋନା

mahabharatanews

ନିଯୁକ୍ତି ମେଳା କାର୍ଯ୍ୟକ୍ରମ ;- ପାଞ୍ଚ ବର୍ଷରେ ଖାଲିଥିବା ସମସ୍ତ ଦେଢ ଲକ୍ଷ ପଦ ପୂରଣ ହେବ

mahabharatanews

ଜଟଣୀରେ କ୍ୟାନସର ପୀଡ଼ିତ ଶିଶୁଙ୍କ ଲାଗି ନିର୍ମାଣ ହେବ ହସ୍ପିଟାଲ 

mahabharatanews