ଓଡିଶା

ଥମୁନି କରୋନା ଜନିତ ମୃତ୍ୟୁ: ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ୫୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୭ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ, ବଲାଙ୍ଗୀର, କଟକ, ଗଞ୍ଜାମ,ମାଲକାନଗିରି ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ୍ ୧୨୦୨୨୧ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୨୯୨୯୯ ସକ୍ରିୟ ସଂକ୍ରମିତ ରହିଛନ୍ତି ଓ ୯୦୩୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୩୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୦୪୮୦୦୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

Related posts

ବ୍ରହ୍ମପୁରରେ ଗୁଳି କରି ହୀରା ଲୁଟ୍ ଘଟଣାରେ ପୋଲିସ ଆଉ ୪ ଅଭିଯୁକ୍ତକୁ ଗିରଫ କରିଛି

mahabharatanews

ମାଡି ଆସୁଛି ଅସାନି: ପୁରୀଠାରୁ ୬୮୦ କିଲୋମିଟର୍‌ ଦୂରରେ ରହିଛି ବାତ୍ୟା

mahabharatanews

ଆସନ୍ତାକାଲି ପରିକ୍ରମା ପ୍ରକଳ୍ପର ଶୁଣାଣି

mahabharatanews