ଓଡିଶା

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

(ଭୁବନେଶ୍ୱର) ; ଦାନା ବାନ୍ଧିଲାଣି ଆଉ ଏକ ଲଘୁଚାପ । ରାଜ୍ୟରେ ୩ ଦିନ ଲଗାଣ ବର୍ଷାପରେ ପୁଣି ଦାନା ବାନ୍ଧୁଛି ଏକ ଲଘୁଚାପ । ୧୮ରୁ ପୁଣି ବର୍ଷିବ । ଏ ନେଇ ସୂଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଉତ୍ତର ଓଡ଼ିଶାର ବାଲେଶ୍ୱର, ଭଦ୍ରକ ଏବଂ ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହାସହ ମାଲକାନଗିରି, କୋରାପୁଟରେ ମଧ୍ୟ ବର୍ଷିବ। ତେବେ ସେହି ଲଘୁଚାପର ପ୍ରଭାବ କେତେ ରହିବ ତାହା ଏପର୍ୟ୍ୟନ୍ତ ସ୍ପଷ୍ଟ ହୋଇନାହିଁ।ମୌସୁମୀ ସକ୍ରିୟ ରହିଥିବାରୁ ଆସନ୍ତା ୨୪ ଘଣ୍ଟା ପର୍ୟ୍ୟନ୍ତ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ୧୭ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୧୮ ତାରିଖରେ ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱରରେ ଏବଂ ୧୯ରେ ଉପକୂଳ ଓଡ଼ିଶାରେ ବର୍ଷା ହେବ।

 

Related posts

୨୧ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡି 

mahabharatanews

ଦକ୍ଷିଣାଞ୍ଚଳ ଡିଆଇଜିଙ୍କ ଛତ୍ରପୁର ପୋଲିସ ବାରାକ ପରିଦର୍ଶନ

mahabharatanews

BMC ଅଫିସ ଆଗରେ ସଫେଇ କର୍ମଚାରୀଙ୍କ ଧାରଣା

mahabharatanews