ଓଡିଶା

ଦୁଇ ପରିବାର ହାତାହାତି, ୫ ଗୁରୁତର

(ମହାଭାରତ, ରାଜକନିକା): କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ଡାଳିଆକାଏନ୍ଦା ଗାଁରେ ଦୁଇ ପରିବାର ମଧ୍ୟରେ ସଂଘର୍ଷ ହୋଇଛି । ଫଳରେ ୫ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସେମାନଙ୍କୁ ପ୍ରଥମେ ରାଜକନିକା ଓ ପରେ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ସୂଚନା ଅନ୍ୟୁାୟୀ, ଗାଁରେ ଏକ ଘର ନିର୍ମାଣକୁ ନେଇ ରାଉତ ଓ ଗୁରୁ ପରିବାର ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । କ୍ରମେ ଏହା ଉଗ୍ରରୂପ ଧାରଣ କରିଥିଲା । ଉଭୟ ପରିବାର ପରସ୍ପରକୁ ଆକ୍ରମଣ ମଧ୍ୟ କରିଥିଲେ । ଏଥିରେ ୫ ଜଣ ଆହତ ହୋଇଥିଲେ । ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ରାଜକନିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ଏନେଇ ଦୁଇ ପରିବାର ପକ୍ଷରୁ ରାଜକନିକା ଥାନାରେ ଲିଖିତ ଅଭିଯୋଗ ହୋଇଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

Related posts

୪ରୁ ଏକ ଲଘୁଚାପ ,ବଢିବ ବର୍ଷା 

mahabharatanews

ପ୍ରତାପ ଷଢଙ୍ଗୀଙ୍କ ବିପକ୍ଷରେ ଲଢିବେ ଲେଖାଶ୍ରୀ 

mahabharatanews

ଆଜି ଆଉ ୯୦ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୨୫

mahabharatanews