ଓଡିଶା

ଦେଖୁ ଦେଖୁ ଜଳିଗଲା ୧୫ ଦୋକାନ 

(ଭଦ୍ରକ) : ଭଦ୍ରକ ରଥପଦା ମାର୍କେଟ୍ ରେ ଭୟବହ ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ୧୫ଦୋକାନ । ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ରଥପଦା ମାର୍କେଟରେ ହୋଇଛି ଅଗ୍ନିକାଣ୍ଡ । ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ।  ଅଗ୍ନିଶମ ବାହିନୀ ପହଞ୍ଚି ୨ ଘଣ୍ଟା ପରେ ନିଆଁକୁ ଆୟତ୍ତ କରିଥିଲେ । ଅଧିକ ଧୂଆଁ ବାହାରିକା କାରଣରୁ ଅଗ୍ନିଶମ ବାହିନୀକୁ ନିଆଁ ଲିଭାଇବାକୁ କଷ୍ଟକର ହୋଇଥିଲା । ନିଆଁଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି ।

ସୂଚନାନୁଯାୟୀ , ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ହଠାତ୍ ଇରମ୍ ପଞ୍ଚାୟତର ରଥପଦା ମାର୍କେଟରେ ଥିବା ଏକ ଦୋକାନରେ ନିଆଁ ଲାଗିଯାଇଥିଲା ।ପରେ ଗୋଟିଏ ପରେ ଗୋଟିଏ ଦୋକାନକୁ ନିଆଁ ବ୍ୟାପିଯାଇ ଥିଲା । ରାତି ହୋଇଥିବାରୁ ନିଆଁ ପ୍ରକୋପ ଏତେ ଭୟଙ୍କର ଥିଲା ଯେ ଦୋକାନରୁ ସାମଗ୍ରୀ ବାହାର କରିବା କଷ୍ଟକର ହୋଇପଡିଥିଲା ।

Related posts

ସ୍ୱଚ୍ଛାସେବୀ ସଂଗଠନ ପକ୍ଷରୁ ବାସହରା ନିରାଶ୍ରୟ ଅସହାୟ ଲୋକଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ

mahabharatanews

କରୋନାରେ ସାମ୍ବାଦିକା ସବନମ ଶିରିନଙ୍କ ମୃତ୍ୟୁ

mahabharatanews

ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଆଉ ୬ ମାସ ମିଳିବ ମାଗଣା ଅତିରିକ୍ତ ଚାଉଳ

mahabharatanews