Uncategorized

ଦେଶରେ ଦିନକରେ ୬୧ ହଜାର ୨୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଭାରତରେ ଗତ କିଛି ଦିନ ଧରି କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ସେପ୍ଟେମ୍ବରରେ ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ୯୦ ହଜାର ଉପରେ ରହୁଥିବାବେଳେ ଏବେ ତାହା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଦେଶରେ ଗତ ୨୪ ଘଣ୍ଟାରେ ପ୍ରାୟ ୬୧ ହଜାର ୨୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଭାରତରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୬ ଲକ୍ଷ ୮୫ ହଜାରରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୮୮୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩ ହଜାର ୫୬୯କୁ ବୃଦ୍ଧି ପାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୬ ଲକ୍ଷ ୮୫ ହଜାର ୮୩କୁ ବୃଦ୍ଧି ପାଇଥିବା ବେଳେ ୯ ଲକ୍ଷ ୧୯ ହଜାର ୨୩ ଜଣ ଚିକିତ୍ସାଧୀନ ରହିଛନ୍ତି। ବର୍ତ୍ତମାନ ସୁଦ୍ଧା ୫୬ ଲକ୍ଷ ୬୨ ହଜାର ୪୯୦ ଜଣ କରୋନା ଅ।।କ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି ।

Related posts

କଂଗ୍ରେସ କାର୍ଯ୍ୟକର୍ତ୍ତା ବାଣ୍ଟିଲେ ଗୋମାଂସ ତରକାରୀ

mahabharatanews

ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀଙ୍କୁ କରୋନା

mahabharatanews

୦.୨୫% ହ୍ରାସ ପାଇଲା ରିଭର୍ସ ରେପୋ ରେଟ୍ 

mahabharatanews