ଓଡିଶା

ନିଆଁ ଲାଗି ମାଆ-ଝିଅ ଜୀବନ୍ତ ଦଗ୍ଧ

(ମହାଭାରତ, ସୁନ୍ଦରଗଡ): ସୁନ୍ଦରଗଡ ଜିଲ୍ଲା ଭଷ୍ମା ଥାନା ଅନ୍ତର୍ଗତ ପଛପଟ ଗାଁରେ ଏକ ଘରେ କୌଣସି କାରଣରୁ ନିଆଁ ଲାଗି ଯିବାରୁ ମାଆ ଓ ଝିଅ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସୂଚନା ଅନୁଯାୟୀ, ଗତକାଲି ରାତିରେ ମାଆ-ଝିଅ ଘର ଭିତର ପଟୁ କବାଟ ବନ୍ଦ କରି ଶୋଇଥିଲେ । ଏହି ସମୟରେ କୌଣସି କାରଣରୁ ଘରେ ନିଆଁ ଲାଗି ଯାଇଥିଲା । ଘର ଭିତରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ । ଏହାପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲା । ସୁନ୍ଦରଗଡ ଅଗ୍ନିଶମ ବିଭାଗ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଏଥିସହ ଘର ଭିତରୁ ମାଆ-ଝିଅଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

Related posts

ରାଜ୍ୟରେ ଆଉ ୧୮୪ କରୋନା ଆକ୍ରାନ୍ତ ସୁସ୍ଥ

mahabharatanews

ଅଧ୍ୟାପିକା ରୁକ୍ମଣୀଙ୍କ ମୃତ୍ୟୁକୁ ନେଇ ବିଜେପିର ସାମ୍ବାଦିକ ସମ୍ମିଳନୀ

mahabharatanews

ବିଶ୍ୱ ବ୍ୟାଙ୍କ ଗ୍ରୀଡକୋକୁ ପ୍ରଦାନ କରିଛି ୪୭୧.୨୭ କୋଟି ଟଙ୍କା

mahabharatanews