ଓଡିଶା

ପାର୍ବଣ ପାଇଁ ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ ପରିସ୍ଥିତ ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେରଳର ଓନାମ୍ ପର୍ବ ପାଳନ ପରେ କିପରି ସଂକ୍ରମଣ ବୃଦ୍ଧି ହେଲା ତାର ଉଦାହରଣ ଦେଇ ପାର୍ବଣ ସମୟରେ ସମସ୍ତଙ୍କୁ ଅଧିକ ସତର୍କ ରହିବା ପାଇଁ ପରାମର୍ଶ ଦେଇଥିଲେ। ପରିସ୍ଥିତିର ଗୁରୁତ୍ବକୁ ଉପଲବ୍ଧି କରିବା ପାଇଁ ସମସ୍ତଙ୍କୁ ନିବେଦନ କରିଥିଲେ । ଏହାଦ୍ବାରା ଆମେ ଭବିଷ୍ୟତରେ ଲକ୍ଡାଉନକୁ ଏଡାଇ ପାରିବା ଏବଂ ଲୋକଙ୍କ ଆର୍ଥିକ ଅବସ୍ଥାରେ କ୍ଷତି ହେବ ନାହିଁ ।
ପାର୍ବଣ ଋତୁ ସମୟରେ ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ନିୟନ୍ତ୍ରଣ କରିବା ପାଇଁ ନିର୍ଣ୍ଣାୟକ ହେବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଭିଡକୁ ନ ଯିବା ପାଇଁ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବର୍ତ୍ତମାନ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲକ୍ଡାଉନ କୋହଳ କରାଯାଇଛି। କିନ୍ତୁ ତାର ଅର୍ଥ ନୁହେଁ ଯେ ଆମେ ନିୟମ ପାଳନରେ ଢିଲା କରିବା । ତେଣୁ ଯଦି ଆବଶ୍ୟକ ପଡେ, ସାମୁହିକ ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ପୁଣି ଥରେ ଲକ୍ଡାଉନ ପାଇଁ ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଥିଲେ ।
ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ବିଭାଗୀୟ କାର୍ୟ୍ୟକ୍ରମ ଉପରେ ଉପସ୍ଥିତ ଥିଲେ । ପୋଲିସ ମହାନିର୍ଦ୍ଦେଶକ ଅଭୟ ମଧ୍ୟ କୋଭିଡ ନିୟମ ଅନୁପାଳନ ଉପରେ ପୋଲିସର ପଦକ୍ଷେପ ଉପରେ ସୂଚନା ଦେଇଥିଲେ। ବି.ଏମ୍.ସି ଏବଂ ସି.ଏମ୍.ସିର କମିଶନର, ଦେବଗଡ ଓ ପୁରୀର ଜିଲ୍ଲାପାଳମାନେ ସେମାନଙ୍କ ଅଞ୍ଚଳର ପରିସ୍ଥିତି ଉପରେ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଭି.କେ. ପାଣ୍ଡିଆନ କାର୍ୟ୍ୟକ୍ରମ ସଞ୍ଚାଳନ କରିଥିଲେ

 

Related posts

ଶାମ୍ବ ଦଶମୀ ପାଇଁ କୋଣାର୍କ ଚନ୍ଦ୍ରଭାଗା ଚଳଚଞ୍ଚଳ

mahabharatanews

ଜରଡାରେ ବିଶ୍ୱ କଲ୍ୟାଣ ମହାଯଜ୍ଞ ଆରମ୍ଭ

mahabharatanews

ରାଜ୍ୟରେ ଆଜି ୬ ଜଣଙ୍କ କରୋନାରେ ମୃତ୍ୟୁ

mahabharatanews