ଓଡିଶା

ବସ୍ ଦୁର୍ଘଟଣା: ଦୁଇ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର: ଆଜି ଅପରାହ୍ନରେ ବାଲେଶ୍ବରର ସୋରୋ ଠାରେ ବସ୍ ଦୁର୍ଘଟଣାରେ ଛଅ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।
ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏବଂ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ, ବସ୍ ଟି ଉଦଳାରୁ ଭୁବନେଶ୍ୱର ଆସୁଥିବା ବେଳେ ସୋରୋ ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।

Related posts

ଫିଟିବ ପ୍ରିୟଙ୍କା ହତ୍ୟାର ଗୁମର

mahabharatanews

ସରପଞ୍ଚଙ୍କୁ ମାଡ ମାରିବା ଅଭିଯୋଗରେ କନେଷ୍ଟବଲ ନିଲମ୍ବିତ

mahabharatanews

ଆଳୁ ଗୋଦାମ କର୍ମଚାରୀଙ୍କୁ ଆକ୍ରମଣ କରି ୯ ଲକ୍ଷ ଲୁଟ୍‌

mahabharatanews