ରାଜନୀତି

ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ: ଦିନ ୧୧ଟା ସୁଦ୍ଧା ୨୬.୨୪% ମତଦାନ

ଭୁବନେଶ୍ୱର: କୋଭିଡ୍ କଟକଣା ଭିତରେ ଆଜି ସକାଳ ୭ଟାରୁ ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟିଂ ଜାରି ରହିଛି। କୋଭିଡ କଟକଣା ମଧ୍ୟରେ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଛି। ୧୧ଟା ସୁଦ୍ଧା ବାଲେଶ୍ୱର ଓ ତିର୍ତ୍ତୋଲରେ ହାରାହାରି ୨୬.୨୪% ମତଦାନ ହୋଇଛି। ବାଲେଶ୍ୱରରେ ୨୭.୬% ମତଦାନ ଓ ତିର୍ତ୍ତୋଲରେ ୨୪.୯୩% ମତଦାନ ହୋଇଛି। ସାମାଜିକ ଦୂରତ୍ୱ, ମାସ୍କ ପିନ୍ଧିବା ସହ କୋଭିଡ୍ ଗାଇଡଲାଇନ୍‌କୁ ଅକ୍ଷରେ ଅକ୍ଷରେ ପାଳ କରି ଚାଲିଛି ଭୋଟ । ପ୍ରତ୍ୟେକ ଭୋଟରଙ୍କ ଥର୍ମାଲ ସ୍କ୍ରିନିଂ କରାଯିବା ପରେ ମତଦାନ ପାଇଁ ଗୋଟିଏ ଲେଖାଏଁ ହ୍ୟାଣ୍ଡ ଗ୍ଲୋବସ୍ ପ୍ରଦାନ କରାଯାଉଛି ।
ବାଲେଶ୍ୱରରେ ୩୪୬ ଓ ତିର୍ତ୍ତୋଲରେ ୩୭୩ଟି ବୁଥ୍ କରାଯାଇଛି । ଏଥିପାଇଁ ନିଯୁକ୍ତ ହୋଇଛନ୍ତି ୩ ହଜାର ୫୦୦ ପୁଲିଂ କର୍ମଚାରୀ, ୮ ଶହ ଲେଖାଏଁ ଆଶାକର୍ମୀ ଓ ସ୍ୱେଚ୍ଛାସେବୀ । ଥର୍ମାଲ ସ୍କ୍ରିନିଂ ପରେ କେବଳ ସୁସ୍ଥ କର୍ମଚାରୀଙ୍କୁ ହିଁ ନିର୍ବାଚନ ପରିଚାଳନା ଦାୟିତ୍ୱ ଦିଆଯାଇଛି । ପୂର୍ବରୁ ବୁଥ୍‌ଗୁଡ଼ିକୁ ସାନିଟାଇଜ କରାଯାଇଛି। ଆଜି ବି ବାରମ୍ବାର ସାନିଟାଇଜ୍ କରାଯିବ । ପୁଲିଂ ଅଫିସରଙ୍କୁ ପିପିଇ କିଟ୍ ପ୍ରଦାନ କରାଯାଇଛି। ବାଲେଶ୍ୱର ମ୍ୟୁନିସିପାଲଟିର ୩୧ଟି ଓ୍ୱାର୍ଡ ଓ ସଦରର ୨୬ ପଞ୍ଚାୟତରେ ୨ଲକ୍ଷ ୩୦ ହଜାର ୨୯୭ ମତଦାତା ସେମାନଙ୍କ ଅଧିକାର ସାବ୍ୟସ୍ତ କରିବେ । ସେପଟେ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ ୨ ଲକ୍ଷ ୩୭ ହଜାର ୨୮୨ ଜଣ ଭୋଟର୍ ଭୋଟ ଦେବେ ।
ବାଲେଶ୍ୱରରେ ୮୬ଟି ଓ ତିର୍ତ୍ତୋଲରେ ୧୫୫ କ୍ରିଟିକାଲ୍ ବୁଥ୍ ରହିଛି । ଉଭୟ ଆସନ ପାଇଁ ମୋଟ୍ ୯୦ ପ୍ଲାଟୁନ୍ ଫୋର୍ସ, ୬ କମ୍ପାନି ସିଏପିଏଫ୍ ଓ ୨୫୦ ପୋଲିସ୍ ଅଫିସର ନିଯୁକ୍ତି କରାଯାଇଛି । ଏହାବାଦ୍ ବୁଥ୍‌ଗୁଡ଼ିକରେ ସିସିଟିଭି ଓ ୱେବକାଷ୍ଟିଂ ବ୍ୟବସ୍ଥା କରାଯାଇଛି।

 

Related posts

ମନି ଲଣ୍ଡରିଂ ମାମଲାରେ ଶିବସେନା ସାଂସଦ ସଞ୍ଜୟ ରାଉତଙ୍କ ପତ୍ନୀ ବର୍ଷା ରାଉତ ଇଡିରେ ହାଜର

mahabharatanews

ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନିଙ୍କୁ ଭେଟିଲେ ନରେନ୍ଦ୍ର ମୋଦି

mahabharatanews

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

mahabharatanews