ଓଡିଶା

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

(ମହାଭାରତ, ବାରିପଦା): ମୟୁରଭଞ୍ଜ ଜିଲ୍ଲାର ଗୋରୁମହିଷାଣି ଥାନା ଅନ୍ତର୍ଗତ ସୁଣ୍ଡଳ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଏହି ଗାଁର ଜଣେ ବାଇଡିଂ ମିସ୍ତ୍ରୀ ବିଦ୍ୟୁତ ସଂସ୍ପର୍ଶରେ ଆସିବାରୁ ମୃତ୍ୟୁ ହୋଇଛି । ମୃତକ ଜଣକ ଅଜିତ କୁମାର ଧୀର ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ଶନିବାର ସକାଳେ ଘରର ଛାତ ଉପରେ ବାଇଡିଂ କାମ କରୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଛାତ ଉପରୁ ତଳକୁ ଖସି ପଡିଥିଲେ । ପରେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିସ୍ଥିତି ସୃଷ୍ଟି ହୋଇଛି ।

Related posts

ଅସହାୟଙ୍କ ପାଇଁ ସଙ୍କଟମୋଚକ 5T ସଚିବ ଭି କେ ପାଣ୍ଡିଆନ୍‌

mahabharatanews

ସୁରକ୍ଷା କର୍ମୀଙ୍କ ଗୁଳିରେ ନିହତ ୨ ନକ୍ସଲ

mahabharatanews

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

mahabharatanews