ଓଡିଶା

ଭାରତରେ ବଢୁଛି କରୋନା ଚିନ୍ତା, ୧ ଲକ୍ଷ ୮୨ ହଜାର ୧୪୩ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା, ୫ ହଜାର ୧୬୪ ମୃତ

(ମମତା ସାମଲ): ଦିନକୁ ଦିନ ମହାମାରୀ କରୋନାକୁ ନେଇ ବିଶ୍ବରେ ସଙ୍କଟ ବଢ଼ିବାରେ ଲାଗିଛି । ଭାରତରେ ମଧ୍ୟ ସ୍ଥିତି ବେକାବୁ ହେବାରେ ଲାଗିଛି । ଦେଶରେ  ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୧ ଲକ୍ଷ ୮୨ ହଜାର ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା ୫ ହଜାର ପାର ହେଲାଣି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଉଦବେଗଜନକ ଭାବେ ବଢ଼ିବାରେ ଲାଗିଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୧ ଲକ୍ଷ ୮୨  ହଜାର ୧୪୩ ରେ ପହଂଚିଛି ।  ଏପର୍ଯ୍ୟନ୍ତ ଭାରତରେ ୫ ହଜାର ୧୬୪ ଜଣଙ୍କ ମୃତ୍ୟୁ ଘଟିଛି ।

ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ ୮୬,୯୮୪ ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୮୯,୯୯୫ ସକ୍ରିୟ ଅଛନ୍ତି।ଏବେ ୮୯ ହଜାର ୯୯୫ ଜଣ ଆକ୍ରାନ୍ତ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୮୩୮୦  ଟି ନୂଆ କରୋନା ଆକ୍ରାନ୍ତଙ୍କ ମାମଲା ସାମନାକୁ ଆସିଛି। ଏହା ପୂର୍ବ ଅପେକ୍ଷା ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ । ଏହାସହ ୧୯୩ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତ ସଂଖ୍ୟା ୬୫ହଜାର ୧୬୮ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୨୧ ଶହ ୯୭କୁ ବୃଦ୍ଧି ପାଇଛି । ସେହିପରି ଗୁଜରାଟରେ ୧୬ହଜାର ୫୬୨ଆକ୍ରାନ୍ତ ଥିବା ବେଳେ ମୃତ୍ୟୁ ସଂଖ୍ୟା ୧୦୦୭କୁ ବୃଦ୍ଧି ପାଇଛି ।  ସେହିଭଳି ଦିଲ୍ଲୀରେ ୧୮ହଜାର ୫୪୯ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ରହିଛି ୪୧୬ । ସେହିପରି ଆନ୍ଧ୍ରପ୍ରଦେଶରେ ୩୫୬୯କରୋନା ଆକ୍ରାନ୍ତ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୬୦ରେ ପହଂଚିଛି । ମଧ୍ୟପ୍ରଦେଶରେ ୭ ହଜାର ୮୯୧ ଜଣ ଆକ୍ରାନ୍ତ  ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୩୪୩କୁ ବୃଦ୍ଧି ପାଇଛି ।

ବିଶ୍ୱର ଆତଙ୍କ ସୃଷ୍ଟି କରିଥିବା ମହାମାରୀ କରୋନା ଭୟଙ୍କର ରୂପ ନେଉଛି । କେନ୍ଦ୍ର ସରକାର କରୋନା ପାଇଁ ଅନେକ ସଚେତନତା ପାଇଁ ନିଆଯାଉଥିବା ପଦକ୍ଷେପ ସତ୍ୱେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି । ଆଜି ଲକ୍ ଡାଉନ୍ ୪.୦ ଶେଷ ହୋଇଥିବା ବେଳେ କିଛି ସ୍ଥାନରେ କୋହଳ କରାଯାଇଛି । କଣ୍ଟେନମେଣ୍ଟ ଜୋନରେ ଜୁନ୍ ୩୦ ଯାଏଁ ଲକ୍ ଡାଉନ୍ ବୃଦ୍ଧି କରାଯାଇଛି ।

Related posts

ଡ଼ଟ୍ ଫେଷ୍ଟ ପାଇଁ  ପ୍ରଦର୍ଶନୀ ପଡ଼ିଆରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିସିପି ପ୍ରତୀକ ସିଂ

mahabharatanews

ଆଜି ୨୪ ଘଣ୍ଟାରେ ୮୩,୩୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୧୦୯୬ ମୃତ

mahabharatanews

ରାଜ୍ୟରେ ୪ହଜାର ଉପରକୁ ବାହାରିଲେ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ

mahabharatanews