ଓଡିଶା

ମର୍ମନ୍ତୁଦ ଦୁର୍ଘଟଣା: ୧୦ ମୃତ, ୩୦ ଆହତ

 ଭୁବନେଶ୍ୱର: ଆଜି ୧୬ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଶାନ୍ତିଲତା ନାମକ ଏକ ବସକୁ ବିଦୁ ଛକ ନିକଟରେ ଛିଡା ହୋଇଥିଲା । ଏହି ସମୟରେ ଏକ କୋଇଲା ବୋଝେଇ ଟ୍ରକ୍ ବସକୁ ପଛରୁ ଧକ୍କା ଦେଇଥିଲା । ଫଳରେ ବସଟି ୧୦ ଫୁଟ୍ ତଳକୁ ଓଲଟି ପଡ଼ିଛି । ଆହାତଙ୍କୁ ସ୍ଥାନୀୟ ମେଡିକାଲ ସହ ବାଲେଶ୍ୱର ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କିଛି ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଉଛି ।
‘ଶାନ୍ତିଲତା’ ନାମକ ଘରୋଇ ବସ ବାଲେଶ୍ୱରରୁ ଭୁବନେଶ୍ୱର ଯାଉଥିବା ବେଳେ ବିଦୁ ଛକ ନିକଟରେ ଛିଡା ହୋଇଥିବା ବେଳେ ଏକ କୋଇଲା ବୋଝେଇ ଟ୍ରକ୍ ଆସି ଧକ୍କା ଦେଇଥିଲା । ଫଳରେ ୧୦ ଫୁଟ୍ ତଳକୁ ବସ୍ ଓଲଟି ପଡିଥିଲା । ସୋର ପୋଲିସ, ଅଗ୍ନିଶମ ବାହିନୀ ଓ ଜାତୀୟ ରାଜପଥ କର୍ମଚାରୀ ଉଦ୍ଧାର କାର୍ୟ୍ୟରେ ନିୟୋଜିତ ଅଛନ୍ତି ।

 

Related posts

ଶ୍ରୀମନ୍ଦିରରେ ୧ ଘଣ୍ଟାରୁ ଅଧିକ ସମୟ ଧରି ଦର୍ଶନ ବନ୍ଦ

mahabharatanews

ଆଜି ବନ୍ୟା ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ

mahabharatanews

ଗଞ୍ଜାମରେ ଲକ୍ଷ୍ମୀ ବସ୍‌ର ଶୁଭାରମ୍ଭ 

mahabharatanews