ଓଡିଶା

“ମହାପ୍ରଭୁ ଓ ଆପଣମାନଙ୍କ ଆଶୀର୍ବାଦରୁ ନବୀନ ପଟ୍ଟନାୟକ ପୁଣି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ”:ପାଣ୍ଡିଆନ

(ଭୁବନେଶ୍ୱର) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁରରେ ନିର୍ବାଚନୀ ପ୍ରଚାର କରିଛନ୍ତି। ବିପୁଳ ଜନସମୁଦ୍ର ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦଳୀୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ଅନୁରୋଧ କରିଥିଲେ।

ସୂଚନାନୁଯାୟୀ , ପାଣ୍ଡିଆନ କହିଥିଲେ ମୁଖ୍ୟମନ୍ତ୍ରୀଙ୍କ ବିଶାଳ ହୃଦୟରେ ସବୁଠାରୁ ଭଲଜାଗାରେ ଆଦିବାସୀ ଭାଇଭଉଣୀମାନେ ଅଛନ୍ତି। ସେମାନଙ୍କ କଳା, ସଂସ୍କୃତି, ପୂଜାସ୍ଥଳୀ, ଦେବସ୍ଥଳୀ ଓ ଜାଗିରାର ଉନ୍ନତି ଓ ରକ୍ଷଣାବେକ୍ଷଣ ପାଇଁ ଭାରତବର୍ଷରେ କେହି ଚିନ୍ତା କରିନଥିଲେ। ମହାପ୍ରଭୁ ଓ ଆପଣମାନଙ୍କ ଆଶୀର୍ବାଦରୁ ସାରା ଓଡ଼ିଶା ଜାଣିଛି, ନବୀନ ପଟ୍ଟନାୟକ ପୁଣି ଥରେ ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ।

Related posts

ରାଜ୍ୟସ୍ୱାସ୍ଥ୍ୟ ବିଭାଗ କୋଭିଡ ମନିଟରିଂ ଟିମ କେନ୍ଦୁଗୁଡା ଗ୍ରାମ ପରିଦର୍ଶନ ଓ ଅଜଣା ରୋଗର ସ୍ଥିତି ଅନୁଧ୍ୟାନ କଲେ

mahabharatanews

ତୀର୍ଥ ଯାତ୍ରୀ ବସକୁ ଧକ୍କା ଦେଲା ଆଉ ଏକ ତୀର୍ଥ ଯାତ୍ରୀ ବସ,୧୦ ଆହତ

mahabharatanews

ଗନ୍ଧମାର୍ଦ୍ଦନ ସୁରକ୍ଷା ଏକ୍ସନ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ

mahabharatanews