Uncategorized

ମହାବିଷୁବ ସଂକ୍ରାନ୍ତି ଅବସରରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆଙ୍କ ନବ ବର୍ଷ । ଏହି ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍ କରି ଶୁଭେଚ୍ଛା ଜଣାଇବା ସହିତ ଓଡ଼ିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି । ମୋଦି ତାଙ୍କ ଟ୍ୱିଟରେ ଉଲ୍ଲେଖ କରିଛନ୍ତି କି, ଓଡ଼ିଶାବାସୀଙ୍କୁ ଓଡ଼ିଆ ନବ ବର୍ଷ ଅବସରରେ ହାର୍ଦ୍ଦିକ ଶୁଭକାମନା । ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ଅଭିନନ୍ଦନ ଜଣାଇଛନ୍ତି । ବର୍ଷ ସାରା ଖୁସି ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଛନ୍ତି ।

ସେହିପରି ରାଜ୍ୟବାସୀଙ୍କୁ ମହାବିଷୁବ ସଂକ୍ରାନ୍ତି ଓ ନୂଅ । ବର୍ଷର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମହିମାରୁ ପ୍ରତିଟି ଜୀବନ ସୁରକ୍ଷିତ ହେଉ । ଆମ ସମସ୍ତଙ୍କୁ ଦୃଢତାର ସହ କରୋନା ମୁକାବିଲା ପାଇଁ ଶକ୍ତି ଦେଉ ବୋଲି ନବୀନ ତାଙ୍କ ଟ୍ୱିଟରେ ଉଲ୍ଲେଖ କରିଛନ୍ତି ।
ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ମଧ୍ୟ ପାଳନ ହେଉଛି । ଏହି ଅବସରରେ ନୂଆ ପାଞ୍ଜି ଆଜିଠାରୁ ପ୍ରଚଳିତ ହେବ । ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ଏହା ବର୍ଷର ପ୍ରଥମ ଦିନ ।

Related posts

ବାୟୁସେନାର ୩ ମହିଳା ପାଇଲଟଙ୍କୁ ନାରୀ ଶକ୍ତି ପୁରସ୍କାର

mahabharatanews

କର୍ମଚାରୀଙ୍କ ଦରମା ଦେବାକୁ ଦିଲ୍ଳୀ ସରକାର ଅକ୍ଷମ

mahabharatanews

ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟ ୪୯, ୨ ଭେଣ୍ଟିଲେଟରରେ

mahabharatanews