ଓଡିଶା

ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

(ମହାଭାରତ, ପାଟଣା): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ମଲ୍ଲିପଶି ଗାଁର ଜଣେ ବିଧବା ମହିଳା ଶୁକ୍ରବାର ରାତିରେ ଆତ୍ମହତ୍ୟା ଉଦ୍ୟମ କରିଥିବା କରିଛନ୍ତି । ମହିଳା ଜଣକ ପୂର୍ବରୁ ମାନସିକ ଭାରସାମ୍ୟ ହରାଇ ବସିଥିଲେ । ତେଣୁ ଆତ୍ମହତ୍ୟା ଉଦ୍ୟମ କରିଥିଲେ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ମହିଳାଙ୍କ ସ୍ୱାମୀ ବିଜୁ ନାଏକ ୨ ମାସ ପୂର୍ବରୁ ମୃତ୍ୟୁ ବରଣ କରିଥିଲେ । ଏଥିରେ ତାଙ୍କ ସ୍ତ୍ରୀ ରୁନୀ ନାଏକ ନିଜର ମାନସିକ ଭାରସାମ୍ୟ ହରାଇଥିଲେ । ଶୁକ୍ରବାର ବିଳମ୍ବିତ ରାତିରେ ସେ ମାନସିକ ଭାରସାମ୍ୟ ହରାଇ ନିଜ ଦେହରେ କିରୋସିନି ଢାଳି ନିଆଁ ଲଗାଇଥିଲେ । ତାଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ମହିଳାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ପାଟଣା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା । ନିଆଁ ଲାଗି ମହିଳାଙ୍କ ଦେହର ପ୍ରାୟ ୭୦ ଭାଗ ଜଳି ଯାଇଥିବା ଡାକ୍ତର କହିଛନ୍ତି ।

Related posts

ନିର୍ବାଚନ ୨୦୨୪  : ଓଡ଼ିଶା ପୋଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ

mahabharatanews

ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ ଙ୍କ ଘରେ ଇଡିର ରେଡ୍

mahabharatanews

ସମ୍ଭାବ୍ୟ ବାତ୍ୟା ପାଇଁ ଅଧିକାରୀଙ୍କ ଛୁଟି ବାତିଲ କଲେ ଗଜପତି ଜିଲ୍ଲାପାଳ

mahabharatanews