ଓଡିଶା

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ ପରିସ୍ଥିତ ସଂପର୍କରେ ସମୀକ୍ଷା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେରିକା ଠାରୁ ଆରମ୍ଭ କରି କେରଳ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ଚିନ୍ତାଜନକ ହୋଇଛି । ତେଣୁ ଏ ପରିସ୍ଥିତିରେ ଆମକୁ ସମ୍ଭାବ୍ୟ ତୃତୀୟ ଲହର ଠାରୁ ନିରାପଦ ରହିବାକୁ ହେଲେ, କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ହେବ । ଏଥିରେ ସାମାନ୍ୟ ଅବହେଳା ସମସ୍ତଙ୍କ ପାଇଁ ବିପଦର କାରଣ ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ  ।

କୋଭିଡ ଆଚରଣବିଧି ହେଉଛି,କୋଭିଡ ବିରୁଦ୍ଧରେ ଲଢିବା ପାଇଁ ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ   ଏହାର ଉପଯୁକ୍ତ ପାଳନ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ଏପର୍ଯ୍ୟନ୍ତ ଟିକା ନେଇନାହାନ୍ତି । ତେଣୁ ସେମାନଙ୍କ ପାଇଁ ଆମକୁ ଅଧିକ ସତର୍କ ରହିବାକୁ ହେବ । କୋଭିଡ ନିୟମ ପାଳନରେ ଅବହେଳା ଯଦି ଦୃଷ୍ଟିକୁ ଆସେ, ତେବେ ଅନୁଷ୍ଠାନର ମୁଖ୍ୟ ଦାୟୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ । ପ୍ରଶାସନ ଏଥିପାଇଁ ସ୍ବତନ୍ତ୍ର ଚିମ୍‌ ଗଠନ କରି  ଶିକ୍ଷାନୁଷ୍ଠାନ ଗୁଡିକ ନିୟମିତ ଭାବରେ ଅଚାନକ ଯାଞ୍ଚ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ସେହିପରି ହାଟ ବଜାର, ଧର୍ମାନୁଷ୍ଠାନ, ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଆଦି ଗୁଡିକ ଉପରେ ସତର୍କ ଦୃଷ୍ଟି ରଖିବା ସହିତ ସେଠାରେ କୋଭିଡ ନିୟମ କଡାକଡି ପାଳନ ଉପରେ ପ୍ରଶାସନ ଦୃଷ୍ଟି ରଖିବା ଉପରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସ୍ବାସ୍ଥ୍ୟକର୍ମୀ, ସ୍କୁଲ ଯାଉଥିବା ପିଲା, ଗର୍ଭବତୀ ମହିଳା, ସରକାରୀ କର୍ମଚାରୀ ଏବଂ ପୋଲିସ –  ଏହି high risk groupର  ନିୟମିତ ଭାବରେ ଟେଷ୍ଟିଂ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

 ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ କେତେକ କ୍ଷେତ୍ରରେ ସ୍ବାସ୍ଥ୍ୟକର୍ମୀଙ୍କ ଭିତରେ ସଂକ୍ରମଣ ନଜରକୁ ଆସୁଛି । ତେଣୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ସ୍ବାସ୍ଥ୍ୟକର୍ମୀ ଓ ନମୂନା ସଂଗ୍ରହ କରୁଥିବା ଟିମ୍‌ ମାନଙ୍କୁ  କୋଭିଡ ନିୟମ ସଂପର୍କରେ ବାରମ୍ବାର ସଚେତନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ଡେଲ୍‌ଟା ଭାରିଏଣ୍ଟ ଅଧିକ ସଂକ୍ରମଣ କରୁଥିବାରୁ Micro Contentment Zone କରି ନିରନ୍ତର ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଯୋଗାଣରେ ବୃଦ୍ଧି ଘଟିଥିବାରୁ ଟିକାକରଣରେ ମଧ୍ୟ ଉନ୍ନତି ଆସିଛି । ତେଣୁ ଯେପରି ସବୁ ଲୋକ ତାଙ୍କର ଦୁଇଟି ଯାକ ଡୋଜ  ନିଶ୍ଚିତ ନେବେ, ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Related posts

ହାଇଦର ଏନକାଉଣ୍ଟର: ଜବାବ ତଲବ କଲା ଓଏଚଆରସି

mahabharatanews

କୋରାପୁଟରେ ହେବ ଓଡ଼ିଶାର ପ୍ରଥମ ଓ ଉଚ୍ଚତମ ଟନେଲ

mahabharatanews

ପର୍ୟ୍ୟଟନ ବିଭାଗର ମୁଖ୍ୟ ସଚିବଙ୍କ ଦ୍ୱାରା ଇକୋ ରିଟ୍ରିଟ ଉତ୍ସବର ପ୍ରସ୍ତୁତି ତଦାରଖ

mahabharatanews