ରାଉରକେଲା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତ ଅବସରରେ ଆଜି ସୁନ୍ଦରଗଡ଼ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରେ ୪ ଲକ୍ଷ ୩୬ ହଜାର ୯୪୮ କାର୍ଡ ବଣ୍ଟନ କରାଯିବ । ଜିଲ୍ଲାର ୧୫ ଲକ୍ଷ ୯ ହଜାର ୮୨୧ ଜଣ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସୁବିଧା ପାଇବେ । ଆଜି ସୁନ୍ଦରଗଡ଼ ଜିଲ୍ଲାର ୫୫୦ଟି ସ୍ଥାନରେ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ୧୨ ଜଣ ମନ୍ତ୍ରୀ ଉପସ୍ଥିତ ରହି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ସୁବିଧା କରାଯାଇଛି ।
